Masthead

ଆତଙ୍କବାଦୀ ହମଲା, ଗୁପଚୁପ ବିକାଳିଙ୍କୁ ଗୁଳି

ଶ୍ରୀନଗର (ବଡ଼ ଖବର ବ୍ୟୁରୋ): ଆତଙ୍କବାଦୀଙ୍କ ବର୍ବରକାଣ୍ଡ । ସାଧାରଣ ଲୋକଙ୍କୁ ହତ୍ୟା କରି ନିଜର ଉପସ୍ଥିତି ଜାହିର କରି ଚାଲିଛନ୍ତି । ଅସ୍ଥିରତା ସୃଷ୍ଟି କରିବା ଲକ୍ଷରେ ଆଜି ଜାମ୍ମୁକାଶ୍ମୀରରେ ଦୁଇଜଣ ସାଧାରଣ ଲୋକଙ୍କୁ ଗୁଳି କରି ହତ୍ୟା କରିଛନ୍ତି । ମୃତକଙ୍କ ମଧ୍ୟରୁ ଜଣେ ବିହାରର ଗୁପଚୁପ ବିକାଳି ହୋଇଥିବାବେଳେ ଅନ୍ୟ ଜଣ ଉତ୍ତର ପ୍ରଦେଶର କାର୍ପେଣ୍ଟର ହୋଇଥିବା ନେଇ କାଶ୍ମୀର ଜୋନ୍ ପୋଲିସ ସୂଚନା ଦେଇଛନ୍ତି । ବିଳମ୍ବିତ ରାତିରେ ସାଗିରଙ୍କ ମୃତ୍ୟୁ ହୋଇଥିବା ବେଳେ ଆଜି ଅରବିନ୍ଦ କୁମାରଙ୍କ ମୃତ୍ୟୁ ଘଟିଛି।

ବିହାରର ବାସିନ୍ଦା ଅରବିନ୍ଦ ଦୀର୍ଘ ଦିନ ଧରି ଶ୍ରୀନଗରରେ ଗୁପଚୁପ ବିକ୍ରି କରୁଥିଲେ। ସେହିଭଳି ୟୁପିର ସାଗର ପୁଲୱାମାର ଏକ ସିମିମିଲରେ କାର୍ପେଣ୍ଟର ଭାବରେ କାର୍ଯ୍ୟରତ ଥିଲେ । ସୂଚନା ଅନୁସାରେ ବିହାରୀ ଗୁପଚୁପ ବିକାଳୀ ଅରବିନ୍ଦ କୁମାରଙ୍କୁ ଶ୍ରୀନଗରେର ପଏଣ୍ଟ ବ୍ଲାଙ୍କରୁ ଗୁଳି ମାରି ହତ୍ୟା କରାଯାଇଥିବାବେଳେ ୟୁପିର କାର୍ପେଣ୍ଟରସାଗିର ଅହମ୍ମଦଙ୍କୁ ପୁଲଓ୍ୱାମାରେ ଗୁଳି କରାଯାଇଛି । ଘଟଣା ପରେ ସୁରକ୍ଷା ବାହିନୀ ପକ୍ଷରୁ ସଂପୃକ୍ତ ଅଞ୍ଚଳକୁ ସିଲ୍‌ କରାଯାଇ ତନାଘନା ଜାରି ରଖାଯାଇଛି ।

ଆଜିକୁ ମିଶାଇ ଗତ କିଛି ଦିନ ମଧ୍ୟରେ ଆତଙ୍କବାଦୀଙ୍କ ଦ୍ୱାରା ମୋଟ ୯ ଜଣସାଧାରଣଙ୍କ ହତ୍ୟା କରାଯାଇଛି । ପୋଲିସ କହିବା ଅନୁସାରେ, ପ୍ରବାସୀ ଶ୍ରମିକଙ୍କ ଉପରେ ହୋଇଥିବା ଆକ୍ରମଣ ପରେ ଉକ୍ତ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି କରିବା ସହିତ ରେଡ ଆଲର୍ଟ ଜାରି କରାଯାଇଛି । ସହରରେ ପୋଲିସ ପକ୍ଷରୁ ହାଇ ଆଲର୍ଟ ଜାରି କରାଯାଇଛି । ଘଟଣାକୁ ନେଇ ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଟ୍ୱିଟ କରି ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ