ସେନା ଗାଡ଼ି ଉପରକୁ ଆତଙ୍କୀଙ୍କ ଆକ୍ରମଣ, ଜୋରଦାର ସର୍ଚ୍ଚ ଅପରେସନ୍ ଜାରି

ଜମ୍ମୁ-କଶ୍ମୀରର (ବଡ଼ ଖବର ବ୍ୟୁରୋ): ଜମ୍ମୁ-କଶ୍ମୀରର ପୁଞ୍ଚ ସେକ୍ଟର କ୍ରିଷ୍ଣା ଘାଟିରେ ଶୁକ୍ରବାର ଆତଙ୍କବାଦୀମାନେ ସୁରକ୍ଷା ବାହିନୀର ଏକ ଗାଡ଼ି ଉପରକୁ ଗୁଳି ଚଳାଇଛନ୍ତି । ଏହି ଘଟଣାରେ ଏପର୍ଯ୍ୟନ୍ତ କେହି ମୃତାହତ ହୋଇନଥିବା ଜଣାପଡିଛି । କିନ୍ତୁ ସୁରକ୍ଷାବାହିନୀ ପକ୍ଷରୁ ସର୍ଚ୍ଚ ଅପରେସନ ଜାରି ରହିଛି । ଆତଙ୍କବାଦୀଙ୍କ ଆକ୍ରମଣ ପରେ ଏହାର ଜବାବ ଦେଇଥିଲେ ଭାରତୀୟ ସେନାର ଯବାନମାନେ। କିଛି ସମୟର ଗୁଳି ବିନିମୟ ପରେ ପଛ ଘୁଞ୍ଚା ଦେଇଥିଲେ ଆତଙ୍କବାଦୀ। ସେମାନେ ସେଠାରୁ ଖସି ପଳାଇ ଯାଇଥିଲେ।

ତେବେ ଜମ୍ମୁ ଓ କଶ୍ମୀର ପୁଲିସ୍ ଏବଂ ସେନା ପକ୍ଷରୁ ମିଳିତ ସର୍ଚ୍ଚ ଅପରେସନ ଜାରି ରଖାଯାଇଛି। ସେନାର ଏକ କନଭୟକୁ ଆତଙ୍କବାଦୀମାନେ ଟାର୍ଗେଟ୍ କରିଥିଲେ, ଯେଉଁଥିରେ ଏକାଧିକ ଗାଡ଼ି ଥିଲା। ବାରମ୍ବାର ଆତଙ୍କବାଦୀ ଆକ୍ରମଣର ମୁକାବିଲା ପାଇଁ ରଣନୀତି ପ୍ରସ୍ତୁତ କରିବା ପାଇଁ ଉତ୍ତର କମାଣ୍ଡର ଜେନେରାଲ ଅଫିସର କମାଣ୍ଡିଂ ଇନ୍ ଚିଫ୍ ଲେଫ୍ଟନାଂଟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀଙ୍କ ସମେତ ଉଚ୍ଚପଦସ୍ଥ ଅଧିକାରୀମାନେ ପୁଞ୍ଚରେ ଥିବା ବେଳେ ସେନା ଗାଡ଼ି ଉପରକୁ ଏହି ଆକ୍ରମଣ ହୋଇଛି । ଗତ କିଛି ସପ୍ତାହ ମଧ୍ୟରେ ଏହା ହେଉଛି ସେନା ଉପରେ ଦ୍ୱିତୀୟ ଆକ୍ରମଣ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ