Masthead

ଜାମ୍ମୁ-କାଶ୍ମୀରରେ ପୁଣି ଆତଙ୍କବାଦୀ ଓ ସୁରକ୍ଷାକର୍ମୀ ମୁହାଁମୁହିଁ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଜାମ୍ମୁ-କାଶ୍ମୀରରେ ପୁଣି ଥରେ ମୁହାଁମୁହିଁ ହୋଇଛନ୍ତି ଆତଙ୍କବାଦୀ ଓ ସୁରକ୍ଷାକର୍ମୀ । ଏହି ଗୁଳି ବିନିମୟ କୁଲଗାମର ରେଡବାନି ଅଞ୍ଚଳରେ ଚାଲିଛି । ପୋଲିସ ସୂଚନା ଅନୁସାରେ ଦୁଇରୁ ତିନିଜଣ ଆତଙ୍କବାଦୀ ଛପିଥିବା ଆଶଙ୍କା କରାଯାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଏହା ତୃତୀୟ ଗୁଳି ବିନିମୟ । ଗୁରୁବାର ଦକ୍ଷିଣ କାଶ୍ମୀରର ଦୁଇଟି ଅଲଗା ଅଲଗା ସ୍ଥାନରେ ଗୁଳି ବିନିମୟ ହୋଇଥିବା ବେଳେ ୪ ଆତଙ୍କବାଦୀ ନିହତ ହୋଇଥିଲେ । ଜାମ୍ମୁ-କାଶ୍ମୀର କୁଲଗାମ ଓ ପୁଲୱାମାରେ ଅଲଗା ଅଲଗା ଏନକାଉଣ୍ଟରରେ ୪ ଆତଙ୍କବାଦୀ ନିହତ ହୋଇଥିଲେ ।

ଆତଙ୍କବାଦୀ ଥିବା ନେଇ ପୋଲିସକୁ ଗୁଇନ୍ଦା ସୂଚନା ମିଳିଥିଲା । ପରେ ସୁରକ୍ଷାକର୍ମୀ ଉକ୍ତ ଅଞ୍ଚଳକୁ ଘେରାବନ୍ଦୀ କରି ସର୍ଚ୍ଚ ଅପରେସନ୍ ଆରମ୍ଭ କରିଥିଲେ । ଗୁଳି ବିନିମୟରେ ଲସ୍କର ଏ ତୋଇବାର ୨ ଜଣ ଆତଙ୍କବାଦୀ ନିହତ ହୋଇଥିଲେ । ପୁଲୱାମାରେ ହୋଇଥିବା ଏନକାଉଣ୍ଟରରେ ମଧ୍ୟ ୨ ଆତଙ୍କବାଦୀ ନିହତ ହୋଇଥିଲେ ।

ବିଗତ କିଛିଦିନ ହେଲା ଜାମ୍ମୁ ଘାଟିରେ ଆତଙ୍କବାଦୀ କାର୍ୟ୍ୟକଳାପ ବୃଦ୍ଧି ପାଇଛି । ଗତ ମାସରେ ତ୍ରାଲରେ ଆତଙ୍କବାଦୀ ଏସପିଓ ଫୈୟାଜ୍ ଅହମ୍ମଦ ଓ ତାଙ୍କ ପତ୍ନୀକୁ ହତ୍ୟା କରିଥିଲେ । ଏହା ପୂର୍ବରୁ ଜାମ୍ମୁରେ ଡ୍ରୋନ୍ ଆକ୍ରମଣ ଯୋଗୁଁ ବହୁ ଚ୍ୟାଲେଞ୍ଜ ସୃଷ୍ଟି ହୋଇଛି । ଜାମ୍ମୁ ଏୟାରଫୋର୍ସ ଷ୍ଟେସନରେ ଥିବା ହେଲିକପ୍ଟରକୁ କ୍ଷତି ପହଞ୍ଚାଇବାକୁ ଆତଙ୍କବାଦୀ ଲକ୍ଷ୍ୟ ରଖିଛନ୍ତି । ତେବେ ଆତଙ୍କବାଦୀ ଏଥିରେ ସଫଳ ହୋଇନଥିବା ବେଳେ ବଡ଼ ଦୁର୍ଘଟଣା ଟଳିଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ