Masthead

ଆଜି ଠାରୁ ଆରମ୍ଭ ହେଲା କେନ୍ଦ୍ର ବିରୋଧରେ ୧୧ ଦିନର ବିରୋଧ ପ୍ରଦର୍ଶନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): କେନ୍ଦ୍ର ସରକାରଙ୍କୁ ଚାପ ପକାଇବା ପାଇଁ ବାରମ୍ବାର ବିରୋଧୀ ଦଳ ଏକାଠି ହେଉଛନ୍ତି । ଏହା ମଧ୍ୟରେ କେନ୍ଦ୍ର ସରକାରଙ୍କ ନୀତି ବିରୋଧରେ ୧୯ଟି ବିରୋଧୀ ଦଳ ସାରା ଦେଶରେ ବିରୋଧ ପ୍ରଦର୍ଶନ କରିବା ପାଇଁ ଯାଉଛନ୍ତି । ଏହି ବିରୋଧ ସେପ୍ଟେମ୍ବର ଶେଷ ପର୍ଯ୍ୟନ୍ତ ଚାଲିବ । ଅର୍ଥାତ ଦୀର୍ଘ ୧୧ ଦିନ ପର୍ଯ୍ୟନ୍ତ ସାରା ଦେଶରେ ଏହି ବିରୋଧ ପ୍ରଦର୍ଶନ କରାଯିବ ବୋଲି ସୂଚନା ମିଳିଛି । ଅନ୍ୟପଟେ ଏହାର ବାହ୍ୟରେଖା ଦଳ ସହ ଜଡ଼ିତ ରାଜ୍ୟ ୟୁନିଟ ଦ୍ୱାରା ପ୍ରସ୍ତୁତ ହେବ ବୋଲି ବିରୋଧୀଦଳ ନେତାମାନେ କହିଛନ୍ତି । ଏହା ସହ ସମସ୍ତ କରୋନା କଟକଣାକୁ ଦୃଷ୍ଟିରେ ରଖି ଏହି ବିରୋଧ ପ୍ରଦର୍ଶନ କରାଯିବ ବୋଲି ସ୍ପଷ୍ଟ କରିଛନ୍ତି ।

ତେବେ ଦେଶରେ ଶାସକ ଦଳକୁ କଡ଼ା ଟକ୍କର ଦେବା ପାଇଁ ବାରମ୍ବାର ବିରୋଧୀ ଦଳ ଏପରି ବିରୋଧ ପ୍ରଦର୍ଶନ କରିଆସୁଛନ୍ତି । ଏନେଇ କଂଗ୍ରେସ କେବେବେଳ ସମସ୍ତ ବିରୋଧୀ ଦଳକୁ ନେଇ ଚା’ ଜଳିଖିଆ ବୈଠକ କରୁଥିବାବେଳେ ଆଉ କେବେ ବିଧାନସଭାକୁ ସାଇକେଲରେ ପହଞ୍ଚି ସରକାରଙ୍କ ଉପରେ ଚାପ ପକାଇବା ପାଇଁ ଚେଷ୍ଟା କରୁଛନ୍ତି । ଏହା ଛଡ଼ା କଂଗ୍ରେସ ଭଲ ଭାବରେ ବୁଝିଯାଇଛି ଶାସକ ଦଳକୁ ଆସନ୍ତା ୨୦୨୪ ବିଧାନସଭା ନିର୍ବାଚନରେ ଏକାକି ଲଢିବା ଅସମ୍ଭବ । ତେଣୁ ଦଳ ବର୍ତ୍ତମାନ ଠାରୁ ସମସ୍ତ ଋଣନୀତି ପ୍ରସ୍ତୁତ କରୁଥିବାର ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି