Masthead

୬୦ ମହଲା ବିଲ୍ଡିଂରେ ଲାଗିଲା ଭୟଙ୍କର ନିଆଁ

ମୁମ୍ବାଇ( ବଡ଼ ଖବର ବ୍ୟୁରୋ):  ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ପରେଲ ଅଞ୍ଚଳରେ ଥିବା ୬୦ ମହାଲା ବିଲ୍ଡିଂରେ ନିଆଁ ଲାଗିଛି । ତେବେ ସୂଚନା ଅନୁଯାୟୀ କରୀ ରୋଡ ସ୍ଥିତ ଅବିଘ୍ନ ପାର୍କ ଆପାର୍ଟମେଣ୍ଟରେ ୧୯ ତମ ମହାଲାରେ ଏହି ଅଗ୍ନିକାଣ୍ଡ ଘଟିଛି । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ନିଜକୁ ନିଆଁ କବଳରୁ ବଞ୍ଚାଇବାକୁ ଯାଇ ଜଣେ ବ୍ୟକ୍ତି ୧୯ ତମ ମହଲାରୁ ଡିଆଁ ମିରିଛନ୍ତି ।

ଫଳରେ ବ୍ୟକ୍ତି ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ତେବେ ମୃତକଙ୍କ ନାଁ ଅରୁଣ ତିୱାରି ଓ ତାଙ୍କ ବୟସ ୩୦ ହେବ । ବ୍ୟକ୍ତି ଜଣଙ୍କୁ ତୁରନ୍ତ କେଇଏମ ହସ୍ପିଟାଲ ନିଆଯାଇଥିଲା । କିନ୍ତୁ ଡାକ୍ତର ତାଙ୍କୁ ସେଠାରେ ମୃତ ଘୋଷଣା କରିଥିଲେ । ତେବେ ବ୍ୟକ୍ତି ଜଣଙ୍କ ବିଲ୍ଡିଂରୁ ଡେଇଁବା ବେଳର ଭିଡିଓ ମଧ୍ୟ ଭାଇରାଲ ହେଉଛି ।

ସୂଚନା ଅନୁଯାୟୀ , ଶୁକ୍ରବାର ଅପରାହ୍ନ ୧୨ଟା ବେଳେ ଏହି ଅଗ୍ନିକାଣ୍ଡ ଘଟିଛି । ହଠାତ ଆପାର୍ଟମେଣ୍ଟରେ ନିଆଁ ଲାଗିବା ଦେଖି ଲୋକମାନେ ଭୟଭୀତ ହୋଇଯାଇଥିଲେ । ପରେ ସେଠାରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ କରିଥିଲେ । ବର୍ତ୍ତମାନ ଅଗ୍ନିଶମ ବିଭାଗ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ବିଲ୍ଡିଂରେ ନିଆଁ କେମିତି ଲାଗିଲା ତାହା ଜଣାପଡିନାହିଁ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା