Masthead

୪୮ତମ ସିଜେଆଇ ହେଲେ ଏମ.ଭି.ରମନ୍ନା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ) : ସୁପ୍ରିମକୋର୍ଟର ନୁଆ ମୁଖ୍ୟବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଏମ.ଭି.ରମନ୍ନା । ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ପଦ ଓ ଗୋପନୀୟତାର ଶପଥ କରାଇଛନ୍ତି । ୧୯୭୫ ଅଗଷ୍ଟ ୨୭ରେ ଆନ୍ଧ୍ରପ୍ରଦେଶର କ୍ରିଷ୍ଣା ଜିଲ୍ଲାର ପୋନାଭରମ ଗାଁର ଏକ କୃଷକ ପରିବାରରେ ଜନ୍ମ ହୋଇଥିବା ଏମ.ଭି. ରମନ୍ନା ଦେଶର ୪୮ତମ ମୁଖ୍ୟ ବିଚାରପତି ଭାବେ ଆଜି ଶପଥ ନେଇଛନ୍ତି । ଜଷ୍ଟିସ୍ ରମନ୍ନା ୧୯୮୩ ଫେବୃଆରୀ ୧୦ ତାରିଖରେ ଆନ୍ଧ୍ର ହାଇକୋର୍ଟରେ ଓକିଲାତି ଆରମ୍ଭ କରିଥିଲେ । ଓକିଲାତି କରିବା ଆଗରୁ ସ୍ୱଳ୍ପ ସମୟ ପାଇଁ ସେ ଏକ ତେଲୁଗୁ ପତ୍ରିକାରେ ସମ୍ବାଦିକ ଥିଲେ । ସେ ଆନ୍ଧ୍ର ସରକାରଙ୍କ ପାଇଁ ବିଭନ୍ନ ପ୍ୟାନେଲର ପରାମର୍ଶଦାତା ଭାବେ ମଧ୍ୟ କାର୍ଯ୍ୟ କରିଛନ୍ତି । ୨୦୦୦ ମସିହା ଜୁନ ୨୭ରେ ସେ ଆନ୍ଧ୍ର ହାଇକୋର୍ଟର ସ୍ଥାୟୀ ବିଚାରପତି ଭାବେ ନିଯୁକ୍ତି ପାଇଥିଲେ । ୨୦୧୩ ସେପ୍ଟେମ୍ବର ୨ରେ ସେ ଦିଲ୍ଲୀ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପାଇଥିଲେ । ୨୦୧୪ରେ ସେ ସୁପ୍ରିମକପର୍ଟର ବିଚାରପତି ଭାବେ ଅବସ୍ଥାପିତ ହୋଇଥିଲେ । ଆଜି ସେ ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ ହୋଇଛନ୍ତି । ସୁପ୍ରିମକୋର୍ଟର ବିଚାରପତି ଭାବେ ସେ ୭ବର୍ଷରେ ୧୫୬ଟି ମାମଲାର ଶୁଣାଣି କରିଛନ୍ତି । ୨୬ ଅଗଷ୍ଟ ୨୦୨୨ ପର୍ଯ୍ୟନ୍ତ ତାଙ୍କ କାର୍ଯ୍ୟକାଳ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା