ୱାର୍ଡସଭ୍ୟଙ୍କୁ ଆକ୍ରମଣ ଘଟଣାରେ ଅଭିଯୁକ୍ତ ଗିରଫ

ଦଶରଥପୁର (ବଡ଼ ଖବର ବ୍ୟୁରୋ): ୱାର୍ଡସଭ୍ୟଙ୍କୁ ଆକ୍ରମଣ ଘଟଣା । କଲିକତାରୁ ଗିରଫ ହେଲା ଅଭିଯୁକ୍ତ । ଯାଜପୁର ଜିଲ୍ଲା ମଙ୍ଗଳପୁର ଥାନା କନିକାପଡା ପଞ୍ଚାୟତର ୱାର୍ଡସଭ୍ୟ ନରେଶ ରାଉତ ଓରଫ ମହନୀଙ୍କୁ ୨୫ ତାରିଖ ଦିନ କନିକାପଡ଼ା ଗ୍ରାମର ବିଜୁ ସେଠୀ ଏକ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲେ । ଘଟଣାସ୍ଥଳରେ ସ୍ଥାନୀୟ ଲୋକେ ଦୌଡ଼ି ଆସିବାରୁ ଘଟଣାସ୍ଥଳରୁ ଆକ୍ରମଣ କାରୀ ଚମ୍ପଟ ମାରିଥିଲା ।

ଏହି ଆକ୍ରମଣର ଶିକାର ହୋଇ ୱାର୍ଡ ସଭ୍ୟ ପ୍ରଥମେ ମଙ୍ଗଳପୁର ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ଏବଂ ଗୁରୁତର ହେବାରୁ ପରିବାର ଲୋକେ ନରେଶଙ୍କୁ ଭୁବନେଶ୍ୱର ର ଏକ ଘରୋଇ ମେଡିକାଲ ଆଣିଥିଲେ । ଏହି ମାମଲାରେ ମଙ୍ଗଳପୁର ପୋଲିସ ଅଭିଯୁକ୍ତ ବିଜୁ ସେଠୀକୁ କୋଲକାତାରୁ ଗିରଫ କରି ଅଧିକ ପଚରା ଉଚରା କରିବା ସହ କୋର୍ଟ ଚାଲାଣ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ