Masthead

ପୁଣି ବଢ଼ିବ ବର୍ଷା ପରିମାଣ!

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ ଲଘୁଚାପ। ଆସନ୍ତା ୨୨ ଓ ୨୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ୱବର୍ତ୍ତୀ ଉତ୍ତର ଓଡ଼ିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟିହେବା ସମ୍ଭାବନା ରହିଛି। ଏହା ପ୍ରଭାବରେ ୨୨ ତାରିଖରୁ ରାଜ୍ୟରେ ପୁଣି ବର୍ଷା ପରିମାଣ ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଉତ୍ତର ଝାଡ଼ଖଣ୍ଡ, ସଂଲଗ୍ନ ଦକ୍ଷିଣ-ପଶ୍ଚିମ ବିହାର ଓ ଦକ୍ଷିଣ-ପୂର୍ବ ଉତ୍ତରପ୍ରଦେଶ ଉପରେ ଥିବା ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ଦୁର୍ବଳ ହୋଇ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।

ଫଳରେ ରାଜ୍ୟରେ ବୁଧବାର ବର୍ଷା ହୋଇଥିଲେ ମଧ୍ୟ ଦିନସାରା ଖରା, ଗରମ ଓ ଗୁଳୁଗୁଳି ଅନୁଭୂତ ହୋଇଥିଲା।  ଶୁକ୍ରବାର କିଛି ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବା ବେଳେ ୨୨ରୁ ପୁଣି ପ୍ରବଳ ବର୍ଷା ହେବ। ତେବେ ୨୧ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ଆଲର୍ଟ ଜାରି ହୋଇଛି। ସେହିପରି ୨୨ ତାରିଖରେ ଉପକୂଳ ଓ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ୧୫ଟି ଜିଲାକୁ ବିଜୁଳି, ଘଡ଼ଘଡ଼ି ସହ ବର୍ଷାପବନ ହେବ। ବିଶେଷକରି ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ୨୫ ପର୍ଯ୍ୟନ୍ତ ବର୍ଷା ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା