Masthead

ଭଲରେ ଭଲରେ ସରିଲା ବାହୁଡ଼ାଯାତ୍ରା, ସମସ୍ତଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୋଲିସ ଓ ଜିଲ୍ଲା ପ୍ରଶାସନକୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ । କୋ‍ଭିଡ କଟକଣା ମଧ୍ୟରେ ସମସ୍ତଙ୍କ ସହଯୋଗରେ ମହାପ୍ରଭୁଙ୍କ ନବଦିନ ଯାତ୍ରା ସୁରୁଖୁରୁରେ ଶେଷ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆନନ୍ଦ ପ୍ରକାଶ କରିଛନ୍ତି। ଏହି କଠିନ ପରିସ୍ଥିତିରେ ମହାପ୍ରଭୁଙ୍କ କରୁଣା ଯୋଗୁ ଏହା ସମ୍ଭବ ହୋଇପାରିଲା ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ମହାପ୍ରଭୁଙ୍କ ନିକଟରେ ତାଙ୍କର ଭକ୍ତି ନିବେଦନ କରିଛନ୍ତି ।

ସେବାୟତମାନେ ଯେଭଳି ଭକ୍ତି ଓ ସମର୍ପଣର ଭାବ ନେଇ ମହାପ୍ରଭୁଙ୍କ ନୀତିକାନ୍ତି ଠିକ୍‌ ସମୟରେ ସମ୍ପନ୍ନ କଲେ ମୁଖ୍ୟମନ୍ତ୍ରୀ ତାର ଉଚ୍ଚପ୍ରଂଶସା କରିଛନ୍ତି। ମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ, ଜିଲ୍ଲାପ୍ରଶାସନ, ଅଗ୍ନିଶମ ସେବା, ପୁରୀ ମ୍ୟୁନିସପାଲଟି ଆଦି ବିଭିନ୍ନ ସରକାରୀ ସଂସ୍ଥା ପରିସ୍ପର ମଧ୍ୟରେ ଉପଯୁକ୍ତ ସମନ୍ୱୟ ରକ୍ଷା କରି ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଉତ୍ତମ ଭାବରେ ପରିଚାଳନା କରିଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି। କୋଭିଡ କଟକଣା ଯୋଗୁ, ଭକ୍ତମାନେ ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ଯାତ୍ରାରେ ଭାଗ ନେଇ ପାରିନଥିଲେ ।

ଲୋକମାନେ ଘରେ ରହି ଯେପରି ମହାପ୍ରଭୁଙ୍କ ଦିବ୍ୟ ଯାତ୍ରା ର ଆନନ୍ଦ ନେଇପାରିବେ ସେଥିପାଇଁ ସୂଚନା ଓ ଲୋକସମ୍ପର୍କ ଵିଭାଗ ସୁନ୍ଦର ବ୍ୟବସ୍ଥା କରିଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଛନ୍ତି। ସର୍ବୋପରି ପୁରୀର ଜନସାଧାରଣ ନବଦିନ ଯାତ୍ରା ସମୟରେ କୋଭିଡ କଟକଣା ମାନି ଯେଭଳି ସଂଯମତା ପ୍ରଦର୍ଶନ କରିଛନ୍ତି ତାହା ଅତୁଳନୀୟ ବୋଲି ମୁଖ୍ୟମନ୍ତ୍ରୀ ବର୍ଣ୍ଣନା କରି ସହରବାସୀଙ୍କ ସହଯୋଗ ପାଇଁ ଧନ୍ୟବାଦ ଜଣାଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା