Masthead

ରଣକ୍ଷେତ୍ର ପାଲଟିଲା ରେମୁଣା ଥାନା

ବାଲେଶ୍ବର (ବଡ଼ ଖବର ବ୍ୟୁରୋ): ରଣକ୍ଷେତ୍ର ପାଲଟିଲା ରେମୁଣା ଥାନା । ଥାନା ଭିତରେ ଦମ୍ପତିଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ।  ଏପରି ଅଭାବନୀୟ ଘଟଣା ମଙ୍ଗଳବାର ବିଳମ୍ବିତ ରାତିରେ ବାଲେଶ୍ୱର ଜିଲ୍ଲା ରେମୁଣା ଥାନା ଭିତରେ ପୁଲିସ ସମ୍ମୁଖରେ ଘଟିଯାଇଥିଲା । ଦୀର୍ଘ ଦିନର ବିବାଦ ନେଲା ରକ୍ତାକ୍ତ ସଂଘର୍ଷର ରୂପ। ତାହା ପୁଣି ଥାନା ପରିସରରେ। ପୁଲିସ୍‌ ଆଖି ଆଗରେ ଗୋଟିଏ ଗୋଷ୍ଠିର ଲୋକ ଅଭିଯୋଗ ନେଇ ଥାନାକୁ ଆସିଥିବା ପତିପତ୍ନୀଙ୍କୁ ହାଣି ଦେଇଥିଲେ। ପତିପତ୍ନୀ ଏବେ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ଏସମ୍ପର୍କରେ କେହି ଅଭିଯୋଗ କରି ନ ଥିବାରୁ ପୁଲିସ୍ କାହାକୁ ଗିରଫ କରିନାହିଁ।

ଏବେବି ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଛି। ପୁଲିସ୍‌ ସୂଚନାନୁଯାୟୀ, ରେମୁଣା ମନ୍ଦାରପୁର ଓ ନିଆଁବାଗ ଗ୍ରାମର ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ପୂର୍ବରୁ ଶତ୍ରୁତା ଲାଗି ରହିଥିଲ। । ମଙ୍ଗଳବାର ରାତି ପ୍ରାୟ ୧୧ ଟା ପରେ ଗୋଟିଏ ଗୋଷ୍ଠୀର କିଛି ଲୋକ ଥାନାରେ ପହଞ୍ଚିଥିଲେ। ସେହି ସମୟରେ ବାଦଲ ଦାସ ନାମକ ଯୁବକ ନିଜ ବାପାମା’ ରଘୁ ଦାସ ଓ ପ୍ରମିତା ଦାସଙ୍କ ସହ ଥାନାରେ ପହଞ୍ଚି ତାଙ୍କ ଘରକୁ କିଛି ଲୋକ ଭାଙ୍ଗି ଦେଉଥିବା ଅଭିଯୋଗ କରିଥିଲେ। ସେହି ସମୟରେ କିଛି ଲୋକ ସେମାନଙ୍କ ପିଛା କରି ଥାନାରେ ପହଞ୍ଚିଥିଲେ। ଏହାପରେ ଉଭୟ ପକ୍ଷ ମଧ୍ୟରେ ସେଠାରେ ଗଣ୍ଡଗୋଳ ଆରମ୍ଭ ହୋଇଥିଲା। ଗୋଟିଏ ପକ୍ଷକୁ ଅତର୍କିତ ଆକ୍ରମଣ ହେଉଥିବାରୁ ପୁଲିସ୍‌ ଭିଡ଼କୁ ନିୟନ୍ତ୍ରଣ କରିବାକୁ ଚେଷ୍ଟା କରିଥିଲା। ମାତ୍ର କିଛି ଉତ୍ତ୍ୟକ୍ତ ଲୋକ ଥାନା ଭଙ୍ଗାରୁଜା କରିବା ସହ ତେଲେଙ୍ଗା କଟୁରିରେ ଉଭୟ ରଘୁ ଦାସ ଓ ତାଙ୍କ ପତ୍ନୀ ପ୍ରତିମାଙ୍କୁ ଆକ୍ରମଣ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜେଲ୍ ରୁ ମୁକୁଳି ପାରିବେନି ଦାରା ସିଂ! 🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଜେଲ୍ ରୁ ମୁକୁଳି ପାରିବେନି ଦାରା ସିଂ! 🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ