Masthead

ଟ୍ରେନଦୁର୍ଘଟଣାରେ ଆହତ ଏବଂ ମୃତ ଯାତ୍ରୀଙ୍କୁ କ୍ଷତିପୂରଣ ରାଶି ଘୋଷଣା କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଓଡିଶାର ବାହାନାଗାରେ ହୋଇଥିବା ରେଳ ଦୁର୍ଘଟଣା ପରି ବିହାରରେ ମଧ୍ୟ ଭୟଙ୍କର ରେଳ ଦୁର୍ଘଟଣା ହୋଇଛି । ଦିଲ୍ଲୀରୁ କାମାକ୍ଷା ଯାଉଥିବା ଉତ୍ତର-ପୂର୍ବ ଏକ୍ସପ୍ରେସ ୬ ଟି ବଗି ଦୁର୍ଘଟଣା ହୋଇଥିଲା । ଏହି ଦୁର୍ଘଟଣାରେ  ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୭୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି।ଏହି ଟ୍ରେନ ଦୁର୍ଘଟଣାରେ ଆହତ ଏବଂ ମୃତ ସମସ୍ତ ଯାତ୍ରୀଙ୍କୁ କ୍ଷତିପୂରଣ ରାଶି ଘୋଷଣା କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର। ପ୍ରତି ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଏବଂ ଆହତମାନଙ୍କୁ ପ୍ରତ୍ୟେକଙ୍କୁ ୫୦ ହଜାର ଟଙ୍କା କ୍ଷତିପୂରଣ ପ୍ରଦାନ କରାଯିବ।କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂ କହିଛନ୍ତି ଯେ ରେଲେଓ୍ଵ ତତ୍ପରତା ଦେଖାଇଛି ଏବଂ ସ୍ଥାନୀୟ ଲୋକେ ରିଲିଫ ଓ ଉଦ୍ଧାର କାର୍ୟ୍ୟରେ ସମ୍ପୂର୍ଣ୍ଣ ସହଯୋଗ କରିଛନ୍ତି। ରେଲେଓ୍ଵ ସମସ୍ତ ଯାତ୍ରୀଙ୍କୁ ନିଜ ନିଜ ଗନ୍ତବ୍ୟ ସ୍ଥାନକୁ ପଠାଇଦେଇଛି। ଆହତମାନଙ୍କ ଚିକିତ୍ସା ଚାଲିଛି। ପ୍ରତ୍ୟେକଙ୍କୁ ୫୦,୦୦୦ ଟଙ୍କା ପ୍ରଦାନ କରାଯାଇଛି। ମୃତକ ୪ ଜଣଙ୍କ ମଧ୍ୟରୁ ୨ ଜଣଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏ ଦିଆଯାଇଛି। ଅବଶିଷ୍ଟ ୨ ଜଣଙ୍କ ପରିବାର ଯେବେ ଆସିବେ, ସେମାନଙ୍କୁ ରାଶି ପ୍ରଦାନ କରାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୨୪ ଘଣ୍ଟାରେ ସୃଷ୍ଟି ହେବ ଲଘୁଚାପ! 🔴 ମୌସୁମୀ ଅଧିବେଶନର ଆଜି ଚତୁର୍ଥ ଦିନ, ସରଗରମ ରହିପାରେ ଗୃହ 🔴 ମୋଦି ସରକାରଙ୍କ ପୂଜା ଭେଟି, ଲାଗୁ ହେଲା ନୂଆ ଜିଏସଟି ସ୍ଲାବ୍ 🔴 ଶୋଇଥିବା ବେଳେ ସ୍ୱାମୀଙ୍କୁ ହାଣି ହତ୍ୟା 🔴 ବାଣ ଗୋଦାମରେ ବିସ୍ଫୋରଣ, ଭୁଶୁଡ଼ିଲା କୋଠା ଘର 🔴 ରାତି ସାରା ୟୁକ୍ରେନ ଉପରେ କ୍ଷେପଣାସ୍ତ୍ର ମାଡ଼ 🔴 ‘ଏବେ ହେବନି ରାଜ୍ୟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ’ 🔴 ଆସୁଛି ଦୁଇଟି ଲଘୁଚାପ, ବର୍ଷାରେ ଭିଜିପାରେ ଦଶହରା 🔴 ବାତିଲ୍ ହୋଇପାରେ ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ 🔴 ତୃତୀୟ କିସ୍ତି ସୁଭଦ୍ରା ଟଙ୍କାରୁ ବାଦ ପଡ଼ିଲେ ୩ ଲକ୍ଷ ୯୯ ହଜାର ୩୫୨ ଜଣ 🔴 ୨୪ ଘଣ୍ଟାରେ ସୃଷ୍ଟି ହେବ ଲଘୁଚାପ! 🔴 ମୌସୁମୀ ଅଧିବେଶନର ଆଜି ଚତୁର୍ଥ ଦିନ, ସରଗରମ ରହିପାରେ ଗୃହ 🔴 ମୋଦି ସରକାରଙ୍କ ପୂଜା ଭେଟି, ଲାଗୁ ହେଲା ନୂଆ ଜିଏସଟି ସ୍ଲାବ୍ 🔴 ଶୋଇଥିବା ବେଳେ ସ୍ୱାମୀଙ୍କୁ ହାଣି ହତ୍ୟା 🔴 ବାଣ ଗୋଦାମରେ ବିସ୍ଫୋରଣ, ଭୁଶୁଡ଼ିଲା କୋଠା ଘର 🔴 ରାତି ସାରା ୟୁକ୍ରେନ ଉପରେ କ୍ଷେପଣାସ୍ତ୍ର ମାଡ଼ 🔴 ‘ଏବେ ହେବନି ରାଜ୍ୟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ’ 🔴 ଆସୁଛି ଦୁଇଟି ଲଘୁଚାପ, ବର୍ଷାରେ ଭିଜିପାରେ ଦଶହରା 🔴 ବାତିଲ୍ ହୋଇପାରେ ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ 🔴 ତୃତୀୟ କିସ୍ତି ସୁଭଦ୍ରା ଟଙ୍କାରୁ ବାଦ ପଡ଼ିଲେ ୩ ଲକ୍ଷ ୯୯ ହଜାର ୩୫୨ ଜଣ