Masthead

ଟ୍ରେନଦୁର୍ଘଟଣାରେ ଆହତ ଏବଂ ମୃତ ଯାତ୍ରୀଙ୍କୁ କ୍ଷତିପୂରଣ ରାଶି ଘୋଷଣା କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଓଡିଶାର ବାହାନାଗାରେ ହୋଇଥିବା ରେଳ ଦୁର୍ଘଟଣା ପରି ବିହାରରେ ମଧ୍ୟ ଭୟଙ୍କର ରେଳ ଦୁର୍ଘଟଣା ହୋଇଛି । ଦିଲ୍ଲୀରୁ କାମାକ୍ଷା ଯାଉଥିବା ଉତ୍ତର-ପୂର୍ବ ଏକ୍ସପ୍ରେସ ୬ ଟି ବଗି ଦୁର୍ଘଟଣା ହୋଇଥିଲା । ଏହି ଦୁର୍ଘଟଣାରେ  ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୭୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି।ଏହି ଟ୍ରେନ ଦୁର୍ଘଟଣାରେ ଆହତ ଏବଂ ମୃତ ସମସ୍ତ ଯାତ୍ରୀଙ୍କୁ କ୍ଷତିପୂରଣ ରାଶି ଘୋଷଣା କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର। ପ୍ରତି ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଏବଂ ଆହତମାନଙ୍କୁ ପ୍ରତ୍ୟେକଙ୍କୁ ୫୦ ହଜାର ଟଙ୍କା କ୍ଷତିପୂରଣ ପ୍ରଦାନ କରାଯିବ।କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂ କହିଛନ୍ତି ଯେ ରେଲେଓ୍ଵ ତତ୍ପରତା ଦେଖାଇଛି ଏବଂ ସ୍ଥାନୀୟ ଲୋକେ ରିଲିଫ ଓ ଉଦ୍ଧାର କାର୍ୟ୍ୟରେ ସମ୍ପୂର୍ଣ୍ଣ ସହଯୋଗ କରିଛନ୍ତି। ରେଲେଓ୍ଵ ସମସ୍ତ ଯାତ୍ରୀଙ୍କୁ ନିଜ ନିଜ ଗନ୍ତବ୍ୟ ସ୍ଥାନକୁ ପଠାଇଦେଇଛି। ଆହତମାନଙ୍କ ଚିକିତ୍ସା ଚାଲିଛି। ପ୍ରତ୍ୟେକଙ୍କୁ ୫୦,୦୦୦ ଟଙ୍କା ପ୍ରଦାନ କରାଯାଇଛି। ମୃତକ ୪ ଜଣଙ୍କ ମଧ୍ୟରୁ ୨ ଜଣଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏ ଦିଆଯାଇଛି। ଅବଶିଷ୍ଟ ୨ ଜଣଙ୍କ ପରିବାର ଯେବେ ଆସିବେ, ସେମାନଙ୍କୁ ରାଶି ପ୍ରଦାନ କରାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ