Masthead

ବିଜେପିର ୧୨ ଘଣ୍ଟିଆ ବନ୍ଦ ଡ଼ାକରା

ବାରିପଦା (ବଡ଼ ଖବର ବ୍ୟୁରୋ): ଆଜି ୧୨ ଘଣ୍ଟିଆ ବାରିପଦା ବନ୍ଦ ଡାକରା ଦେଇଛି ବିଜେପି । ମନ୍ତ୍ରୀ କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବି, ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ଦିନ ବିଜେପି କର୍ମୀଙ୍କୁ ମାଡ ମାରିଥିବା ସମସ୍ତଙ୍କୁ ଗିରଫ ଦାବି କରି ବନ୍ଦ ଡାକରା ଦେଇଛି ଭାରତୀୟ ଜନତା ପାର୍ଟି । ଏଥିସହ ୧୬ ଦଫା ଦାବି ନେଇ ବନ୍ଦ ଡାକରା ଦେଇଛି ବିଜେପି । ମମିତା ମେହେରଙ୍କ ହତ୍ୟାକାଣ୍ଡରେ ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କ ସମ୍ପୃକ୍ତି ଥିବା ଅଭିଯୋଗ ଆଣି ତାଙ୍କୁ ମନ୍ତ୍ରୀ ପଦରୁ ହଟାଇବା ପାଇଁ ଦାବି କରି ଆସୁଛି ବିଜେପି ।

ଅନ୍ୟପଟେ ଗତ ୨୨ତାରିଖରେ ମୁଖ୍ୟମନ୍ତ୍ରୀ ବାରିପଦା ଗସ୍ତରେ ଆସିଥିବାବେଳେ କିଛି ବିଜେପି କର୍ମୀ ନବୀନଙ୍କୁ କଳା ପତାକା ଦେଖାଇଥିଲେ । ଏହି ସମୟରେ ବିଜେପି କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ବିଜେଡି କର୍ମୀ । ଏନେଇ ଥାନାରେ ୧୬ଜଣ ବିଜେଡି କର୍ମୀଙ୍କ ବିରୋଧରେ ଥାନାରେ ଏତଲା ଦେଇଥିଲା ବିଜେପି । ବିଜେପି କର୍ମୀଙ୍କୁ ମାଡ ମାରିବା ଅଭିଯୋଗରେ ପୋଲିସ ଏପର୍ୟ୍ୟନ୍ତ ୨ଜଣଙ୍କୁ ଗିରଫ କରିଛି । କିନ୍ତୁ ଅନ୍ୟମାନଙ୍କୁ କାହିଁକି ଗିରଫ କରାଯାଇନାହିଁ ସେ ନେଇ ପ୍ରଶ୍ନ ଉଠାଇଛି ବିଜେପି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ