Masthead

ବିଜେପିର ୧୨ ଘଣ୍ଟିଆ ବନ୍ଦ ଡ଼ାକରା

ବାରିପଦା (ବଡ଼ ଖବର ବ୍ୟୁରୋ): ଆଜି ୧୨ ଘଣ୍ଟିଆ ବାରିପଦା ବନ୍ଦ ଡାକରା ଦେଇଛି ବିଜେପି । ମନ୍ତ୍ରୀ କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବି, ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ଦିନ ବିଜେପି କର୍ମୀଙ୍କୁ ମାଡ ମାରିଥିବା ସମସ୍ତଙ୍କୁ ଗିରଫ ଦାବି କରି ବନ୍ଦ ଡାକରା ଦେଇଛି ଭାରତୀୟ ଜନତା ପାର୍ଟି । ଏଥିସହ ୧୬ ଦଫା ଦାବି ନେଇ ବନ୍ଦ ଡାକରା ଦେଇଛି ବିଜେପି । ମମିତା ମେହେରଙ୍କ ହତ୍ୟାକାଣ୍ଡରେ ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କ ସମ୍ପୃକ୍ତି ଥିବା ଅଭିଯୋଗ ଆଣି ତାଙ୍କୁ ମନ୍ତ୍ରୀ ପଦରୁ ହଟାଇବା ପାଇଁ ଦାବି କରି ଆସୁଛି ବିଜେପି ।

ଅନ୍ୟପଟେ ଗତ ୨୨ତାରିଖରେ ମୁଖ୍ୟମନ୍ତ୍ରୀ ବାରିପଦା ଗସ୍ତରେ ଆସିଥିବାବେଳେ କିଛି ବିଜେପି କର୍ମୀ ନବୀନଙ୍କୁ କଳା ପତାକା ଦେଖାଇଥିଲେ । ଏହି ସମୟରେ ବିଜେପି କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ବିଜେଡି କର୍ମୀ । ଏନେଇ ଥାନାରେ ୧୬ଜଣ ବିଜେଡି କର୍ମୀଙ୍କ ବିରୋଧରେ ଥାନାରେ ଏତଲା ଦେଇଥିଲା ବିଜେପି । ବିଜେପି କର୍ମୀଙ୍କୁ ମାଡ ମାରିବା ଅଭିଯୋଗରେ ପୋଲିସ ଏପର୍ୟ୍ୟନ୍ତ ୨ଜଣଙ୍କୁ ଗିରଫ କରିଛି । କିନ୍ତୁ ଅନ୍ୟମାନଙ୍କୁ କାହିଁକି ଗିରଫ କରାଯାଇନାହିଁ ସେ ନେଇ ପ୍ରଶ୍ନ ଉଠାଇଛି ବିଜେପି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା