Masthead

ମମିତା ମେହେରଙ୍କୁ ନ୍ୟାୟ ଦେବା ଦାବିରେ ବିଜେପି ପକ୍ଷରୁ ବଲାଙ୍ଗିର ବନ୍ଦ ଡ଼ାକରା

ବଲାଙ୍ଗିର(ବଡ଼ ଖବର ବ୍ୟୁରୋ): କଳାହାଣ୍ଡି ମହାଲିଙ୍ଗ ଶିକ୍ଷୟତ୍ରୀ ମମିତା ମେହେରଙ୍କ ମୃତ୍ୟୁର ରହସ୍ୟ ଦିନକୁ ଦିନ ଫିଟିବାରେ ଲାଗିଛି । ଏହା ମଧ୍ୟରେ ହତ୍ୟାକାଣ୍ଡର ପ୍ରତିବାଦରେ କଳାହାଣ୍ଡି ପରେ ଆଜି ବିଜେପି ପକ୍ଷରୁ ୧୨ ଘଣ୍ଟିଆ ବଲାଙ୍ଗିର ବନ୍ଦ ଡାକରା ଦିଆଯାଇଛି । ସକାଳ ୬ ଟାରୁ ସନ୍ଧ୍ୟା ୬ଟି ପର୍ଯ୍ୟନ୍ତ ଏହି ବନ୍ଦ ଡାକରା ଦିଆଯାଇଛି । ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ସହ ସିବିଆଇ ତଦନ୍ତ ଦାବିରେ ଏହି ବନ୍ଦ ଡାକରା ଦିଆଯାଇଛି । ସେପେଟ ବିଜେପି ଜିଲ୍ଳା ସଭାପତି ସିବାଜୀ ମହାନ୍ତି ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ବରଖାସ୍ତ କରିବାକୁ ଦାବି କରିଛନ୍ତି ।

କାରଣ ମୁଖ୍ୟ ଅଭିଯୁକ୍ତ ତଥା ସନସାଇନ ସ୍କୁଲର ମାଲିକ ଗୋବିନ୍ଦ ସାହୁ ସହ ତାଙ୍କର ଘନିଷ୍ଠ ସମ୍ପର୍କ ଥିବାରୁ ଏହି ଘଟଣାରେ ତାଙ୍କର ଭୂମିକା ସନ୍ଦେହ କରାଯାଉଛି । ଏହାପୂର୍ବରୁ ଗତକାଲି ବିଜେପି କାର୍ଯ୍ୟକର୍ତ୍ତା ତଥା ମହିଳା ମୋର୍ଚ୍ଚା ନେତାମାନେ ବଲାଙ୍ଗିର ଏସପି କାର୍ଯ୍ୟାଳୟ ସମ୍ମୁଖରେ ଏକ ପ୍ରଦର୍ଶନ କରିଥିଲେ । ଏହା ସହ ବଲାଙ୍ଗିର ସାଂସଦ ସଙ୍ଗୀତା ସିଂହ ଦେଓଙ୍କ ନେତୃତ୍ୱରେ ମନ୍ତ୍ରୀ ମିଶ୍ରଙ୍କ କୁଷପୁତଳିକା ଦାହ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି