Masthead

ମମିତାଙ୍କ ପରିବାରକୁ ଭେଟିଲା ବିଜେପି ଟିମ

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ): ମହାଲିଙ୍ଗ ସନସାଇନ ସ୍କୁଲ ଅଧ୍ୟକ୍ଷା ମମିତା ମେହେରଙ୍କ ପରିବାରକୁ ଭେଟିବାକୁ ବଲାଙ୍ଗିର ଗଲେ ବିଜେପିର ଏକ ପ୍ରତିନିଧି ଦଳ । ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ନେତୃତ୍ୱରେ ୧୫ ଜଣିଆ ପ୍ରତିନିଧି ଦଳ ମମିତାଙ୍କ ପରିବାରକୁ ଭେଟିଛନ୍ତି । ଘଟଣା ସଂପର୍କରେ ପରିବାର ଲୋକଙ୍କ ସହ ଆଲୋଚନା କରିବା ସହ ପୁଲିସ ତଦନ୍ତକୁ ନେଇ ମତାମତ ମଧ୍ୟ ନେବେ । ଏହାପରେ ସ୍ଥାନୀୟ ଲୋକ ଓ ପୁଲିସ ପ୍ରଶାସନ ସହ ମମିତା ମୃତ୍ୟୁ ଘଟଣା ଓ କଲେଜ କେଳେଙ୍କାରୀ ଘଟଣା ଉପରେ ଆଲୋଚନା କରିଛନ୍ତି ।

ଏହାପରେ ମହାଲିଙ୍ଗ କଲେଜ ଓ ମୃତଦେହ ଉଦ୍ଧାର ହୋଇଥିବା ଷ୍ଟାଡିୟମକୁ ଯାଇ ସ୍ଥିତି ଅନୁଧ୍ୟାନ କରିବେ । ସମୀର ମହାନ୍ତିଙ୍କ ନେତୃତ୍ୱରେ ବଲାଙ୍ଗିର ଯାଇଥିବା ପ୍ରତିନିଧି ଦଳରେ ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ପୋଲିସ ଡିଜି ପ୍ରକାଶ ମିଶ୍ର, ବିଧାୟକ ମୋହନ ମାଝୀ , ବିଧାୟକ ମୁକେଶ ମହାଲିଙ୍ଗଙ୍କ ସମେତ ଦଳର ବରିଷ୍ଠ ନେତା ଯାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ