Masthead

ଦିଲ୍ଲୀ ବାସଭବନରୁ ଠାବ ହେଲା ସାଂସଦଙ୍କ ଝୁଲନ୍ତା ମୃତଦେହ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ସାଂସଦଙ୍କ ମୃତଦେହ ଠାବ । ଦିଲ୍ଲୀ ସ୍ଥିତ ବାସଭବନରୁ ଠାବ ହେଲା ସାଂସଦଙ୍କ ଝୁଲନ୍ତା ମୃତଦେହ । ହିମାଚଳ ପ୍ରଦେଶର ମଣ୍ଡିରୁ ଦୁଇଥର ବିଜେପି ସାଂସଦ ଭାବେ ନିର୍ବାଚିତ ହୋଇଥିବା ରାମ ସ୍ୱରୁପ ଶର୍ମାଙ୍କ ମୃତଦେହ ଠାବ ହୋଇଛି । ବର୍ତ୍ତମାନ ପର୍ଯ୍ୟନ୍ତ ମୃତ୍ୟୁର କାରଣ ସ୍ପଷ୍ଟ ହୋଇନାହିଁ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ବିଜେପି ସାଂସଦ ରାମସ୍ୱରୁପ ଶର୍ମା ନିଜ ରୁମ ଭିତରେ ବେକରେ ଫାଶି ଲଗାଇ ଆତ୍ମହତ୍ୟା କରିଛନ୍ତି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ମେଡିକାଲକୁ ନେଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଛନ୍ତି ।

ବର୍ତ୍ତମାନ ପର୍ଯ୍ୟନ୍ତ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ କୌଣସି ସୁଇସାଇଡ଼ ନୋଟ ଘଟଣାସ୍ଥଳରୁ ମିଳିନଥିବା ସୂଚନା ମିଳିଛି । ସାଂସଦଙ୍କ ମୃତ୍ୟୁ ପରେ ବିଜେପିର ସଂସଦୀୟ ଦଳ ବୈଠକ ବାତିଲ ହୋଇଥିବାର ସୂଚନା ରହିଛି । ସେପଟେ ଅର୍ଥ ରାଷ୍ଟ୍ରମନ୍ତ୍ରୀ ଅନୁରାଗ ଠାକୁର ରାମସ୍ୱରୁପଙ୍କ ମୃତ୍ୟୁ ଖବର ପାଇ ତାଙ୍କ ଦିଲ୍ଲୀସ୍ଥିତ ବାସଭବନରେ ପହଞ୍ଚିଛନ୍ତି ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା