Masthead

ଦିଲ୍ଲୀ ବାସଭବନରୁ ଠାବ ହେଲା ସାଂସଦଙ୍କ ଝୁଲନ୍ତା ମୃତଦେହ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ସାଂସଦଙ୍କ ମୃତଦେହ ଠାବ । ଦିଲ୍ଲୀ ସ୍ଥିତ ବାସଭବନରୁ ଠାବ ହେଲା ସାଂସଦଙ୍କ ଝୁଲନ୍ତା ମୃତଦେହ । ହିମାଚଳ ପ୍ରଦେଶର ମଣ୍ଡିରୁ ଦୁଇଥର ବିଜେପି ସାଂସଦ ଭାବେ ନିର୍ବାଚିତ ହୋଇଥିବା ରାମ ସ୍ୱରୁପ ଶର୍ମାଙ୍କ ମୃତଦେହ ଠାବ ହୋଇଛି । ବର୍ତ୍ତମାନ ପର୍ଯ୍ୟନ୍ତ ମୃତ୍ୟୁର କାରଣ ସ୍ପଷ୍ଟ ହୋଇନାହିଁ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ବିଜେପି ସାଂସଦ ରାମସ୍ୱରୁପ ଶର୍ମା ନିଜ ରୁମ ଭିତରେ ବେକରେ ଫାଶି ଲଗାଇ ଆତ୍ମହତ୍ୟା କରିଛନ୍ତି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ମେଡିକାଲକୁ ନେଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଛନ୍ତି ।

ବର୍ତ୍ତମାନ ପର୍ଯ୍ୟନ୍ତ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ କୌଣସି ସୁଇସାଇଡ଼ ନୋଟ ଘଟଣାସ୍ଥଳରୁ ମିଳିନଥିବା ସୂଚନା ମିଳିଛି । ସାଂସଦଙ୍କ ମୃତ୍ୟୁ ପରେ ବିଜେପିର ସଂସଦୀୟ ଦଳ ବୈଠକ ବାତିଲ ହୋଇଥିବାର ସୂଚନା ରହିଛି । ସେପଟେ ଅର୍ଥ ରାଷ୍ଟ୍ରମନ୍ତ୍ରୀ ଅନୁରାଗ ଠାକୁର ରାମସ୍ୱରୁପଙ୍କ ମୃତ୍ୟୁ ଖବର ପାଇ ତାଙ୍କ ଦିଲ୍ଲୀସ୍ଥିତ ବାସଭବନରେ ପହଞ୍ଚିଛନ୍ତି ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ