Masthead

ବୃଦ୍ଧଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

କେନ୍ଦୁଝର (ବଡ଼ ଖବର ବ୍ୟୁରୋ): କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ଥାନା ଅଧିନସ୍ଥ ପିଠାଗୋଳା ଗ୍ରାମ ରାସ୍ତା ପାଶ୍ୱର୍ରେ ଥିବା ଚେର ସାହୁଙ୍କ ପଥର କୂଅରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର ହୋଇଛି । ଗ୍ରାମର ଲୋକେ କୂଅରୁ ପାଣି ଆଣିବାକୁ ଯାଇଥିବା ବେଳେ ଭାସମାନ ଅବସ୍ଥାରେ ମୃତଦେହ ଦେଖି ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ପରେ ପୋଲିସକୁ ଖବର ଦେଇଥିଲେ ।

ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିବା ବେଳେ ମୃତ୍ୟୁର କାରଣ ଜାଣିବା ପାଇଁ ତଦନ୍ତ ଜାରି ରଖିଛି । ମୃତକ ହେେଲେ ନନ୍ଦରା ଗ୍ରାମର ଦିବାକର ମହାପାତ୍ର । ଦିବାକର ରାତିରେ ଘରକୁ ଫେରୁଥିବା ବେଳେ କୌଣସି କାରଣରୁ ଉକ୍ତ କୂଅରେ ପଡିଯାଇଥିବା ଅନୁମାନ କରାଯାଉଛି । କିମ୍ବା କେହି ହତ୍ୟା କରି ପକାଇଥିବା ନେଇ ଗ୍ରାମରେ ଚର୍ଚ୍ଚା ଜୋର ଧରିଛି । ପୋଲିସ ତଦନ୍ତ ଓ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ସଠିକ୍ ତଥ୍ୟ ଲୋକଲୋଚନକୁ ଆସିବା ବୋଲି ଜଣାପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ