Masthead

ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ୟାଶ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପାଠ ପଢ଼ିବ, ନିଜ ଭବିଷ୍ୟତ ଗଢ଼ିବ। ନିଜ ଗୋଡ଼ରେ ଛିଡ଼ା ହେବାକୁ ଝିଅଟି ଦେଖିଥିଲା ସୁନେଲି ସ୍ବପ୍ନ। ହେଲେ ସବୁ କିଛି ଛାରଖାର ହୋଇଗଲା। ଆଜି ଝିଅ ନୁହେଁ ଫେରୁଛି ତା’ ମୃତଦେହ। ପରିବାର ସଦସ୍ୟଙ୍କ ସମେତ ଗାଁ ଲୋକଙ୍କ ଆଖିରୁ ଶୁଖୁନି ଲୁହ। ଜୀବନ ମରଣ ସହ ସଂଘର୍ଷ ପରେ ଗତକାଲି ରାତିରେ ଆଖି ବୁଜିଛନ୍ତି ପିଡ଼ିତା । ବାଲେଶ୍ୱର ଏଫଏମ କଲେଜ କତୃପକ୍ଷଙ୍କ ନିର୍ଯାତନାର ଶିକାର ହେବା ପରେ ଶନିବାର ଦେହରେ ପେଟ୍ରୋଲ ଢାଳି ଆତ୍ମହତ୍ୟା ଉଦ୍ୟମ କରିଥିଲେ ଛାତ୍ରୀ ।

ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ବାଲେଶ୍ବର ଓ ପରେ ଭୁବନେଶ୍ବର ଏମ୍ସକୁ ସ୍ଥାନାନ୍ତର କରାଯାଇଛି । ସଙ୍କଟପୂର୍ଣ୍ଣ ଅବସ୍ଥାରେ ଏମ୍ସ ଭୁବନେଶ୍ୱରରେ ତାଙ୍କର ଚିକିତ୍ସା ଚାଲିଥିଲା । ତାଙ୍କ ଶରୀରର ୯୦ରୁ ୯୫ ପ୍ରତିଶତ ଅଂଶ ପୋଡିଯାଇଥିଲା । ୯୮ ପ୍ରତିଶତ ଭେଣ୍ଟିଲେଟର ସହାୟତାରେ ତାଙ୍କର ଚିକିତ୍ସା ଚାଲିଥିଲା ।

ଏମ୍ସର ୧୦ଜଣିଆ ଡାକ୍ତରୀ ଦଳ ଚିକିତ୍ସା କରୁଥିଲେ ବି ଏପର୍ୟ୍ୟନ୍ତ ଛାତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥାରେ କିଛି ଉନ୍ନତି ଆସିନଥିଲା । ଛାତ୍ରୀଙ୍କ ଫୁସଫୁସ ଓ କିଡନୀ ପ୍ରଭାବିତ ହୋଇଥିଲା । ତେବେ ଛାତ୍ରୀଙ୍କ ମୃତ୍ୟୁ ପରେ ବିଳମ୍ବିତ ରାତିରେ ମୃତଦେହର ବ୍ୟବଚ୍ଛେଦ କରାଯାଇଥିଲା । ବ୍ୟବଚ୍ଛେଦ ପରେ ଆମ୍ବୁଲାନ୍ସ ଯୋଗେ ଛାତ୍ରୀଙ୍କ ମୃତଦେହକୁ ତାଙ୍କ ନିଜ ଘର ବାଲେଶ୍ବର ଭୋଗରାଇ ଅଞ୍ଚଳକୁ ନିଆଯାଇଛି । ସେଠାରେ ତାଙ୍କ ଶେଷକୃତ୍ୟୁ ସମ୍ପନ୍ନ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ