ସ୍ୱାସ୍ଥ୍ୟସେବାର ବିକଳ ଚିତ୍ର, ୫ କିଲୋମିଟର ଟ୍ରଲିରେ ବୁହାହେଲା ଶବ

ସୋର (ବଡ଼ ଖବର ବ୍ୟୁରୋ):ସ୍ୱାସ୍ଥ୍ୟସେବାର ବିକଳ ଚିତ୍ର । ମିଳିଲାନି ମହାପ୍ରୟାଣ ଗାଡ଼ି ଟ୍ରଲିରେ ବୁହା ହେଲା ଶବ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ସୋର ବ୍ଲକ ଦହିସଡା ପଂଚାୟତ ଛପୁଲିଆ ଗାଁରେ । ଗାଁର ଗୁରୁବା ସିଂଙ୍କ ସ୍ତ୍ରୀ ମମତା ସିଂଙ୍କର ଦେହ ଅସୁସ୍ଥ ଥିବାରୁ ପରିବାର ଲୋକେ ସୋର ଡାକ୍ତରଖାନାକୁ ଆଣିଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା । ପରେ ପରିବାର ଲୋକେ ସରକାରୀ ଆମ୍ବୁଲାନ୍ସକୁ ଯୋଗାଯୋଗ କରିବାରୁ ସେମାନେ ଶବ ନେବେ ନାହିଁ ବୋଲି ମନା କରିଥିଲେ। ପରେ ଘରୋଇ ଆମ୍ବୁଲାନ୍ସ ସହ ଯୋଗାଯୋଗ କରିବାରୁ ୧୫୦୦ ଟଙ୍କା ଭଡା ଲାଗିବ ବୋଲି କହିଥିଲେ। ମମତାଙ୍କ ପରିବାର ଲୋକେ ନିହାତି ଗରିବ ଶ୍ରେଣୀର ହୋଇଥିବାରୁ ଟଙ୍କା ଯୋଗାଡ କରିନପାରି ଟ୍ରଲିରେ ପାଞ୍ଚ କିଲୋମିଟର ପର୍ଯ୍ୟନ୍ତ ମମତାଙ୍କ ଶବକୁ ବୋହିଥିଲେ ପରିବାର ଲୋକେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!