Masthead

ରାଜଧାନୀରୁ ଠାବ ହେଲା ମୃତ ଦେହ

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ): ରାଜଧାନୀରୁ ଠାବ ହେଲା ମୃତ ଦେହ । ମୃତକ ଜଣକ ହେଲେ କଟକର ଅଭିଷେକ ନାୟକ । ଅଭିଷେକ ୨ଦିନ ହେଲା କଟକରୁ ନିଖୋଜ ଥିଲେ । ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଅଞ୍ଚଳର ଏକ ହୋଟେଲରୁ ତାଙ୍କ ମୃତ ଦେହ ଠାବ ହୋଇଛି । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ପୋଲିସ ତଦନ୍ତ ଜାରି ରଖିଛି କିନ୍ତୁ କୌଣସି ସୂଚନା ମିଳିପାରିନାହିଁ ।

ସୂଚନା ଅନୁସାରେ, ଭୁବନେଶ୍ବର ଚନ୍ଦ୍ରଶେଖରପୁର ଥାନା ଶୈଳଶ୍ରୀ ବିହାର ଅଞ୍ଚଳରୁ ଯୁବକଙ୍କ ମୃତଦେହ ଜବତ କରିଛି ପୋଲିସ । ଗତ ଦୁଇ ଦିନ ତଳେ ଅଭିଷେକ କଟକରୁ ନିଖୋଜ ହୋଇଯାଇଥିଲେ । ତେବେ ମଙ୍ଗଳବାର ଦିନ ତାଙ୍କ ମୃତଦେହ ଜବତ କରାଯାଇଛି । ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ପୋଲିସ ତଦନ୍ତ ଜାରି ରଖିଛି । ମଙ୍ଗଳବାର ଦିନ ହୋଟେଲ କବାଟ ବାଡେଇଥିଲେ ମଧ୍ୟ ସେ ନଖୋଲିବାରୁ ହୋଟେଲ ମ୍ୟାନେଜର ପୋଲିସକୁ ଖବର ଦେଇଥିଲେ । ପୋଲିସ ପହଞ୍ଚି ରୁମ ଭିତରେ ପଶିବା ବେଳକୁ ଅଭିଷେକଙ୍କ ମୃତଦେହ ମିଳିଥିଲା । ସେ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ କେହି ହତ୍ୟା କରିଛି ନା ଅନ୍ୟ କୌଣସି କାରଣ ପାଇଁ ତାଙ୍କର ମୃତ୍ୟୁ ହୋଇଛି ତାହା ଜଣାପଡିନାହିଁ । ପୋଲିସ ମୃତଦେହ ଜବତ କରି କ୍ୟାପିଟାଲ ହସ୍ପିଟାଲକୁ ବ୍ୟବଚ୍ଛେଦ ପାଇଁ ପଠାଇଛି । ଘଟଣାସ୍ଥଳରେ ସାଇଣ୍ଟିଫିକ ଟିମ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

 

 

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ