ବେଳାଭୂମିରେ କାଲି ଭାସି ଯାଇଥିଲେ, ଆଜି ମୃତଦେହ ଉଦ୍ଧାର

ପୁରୀ(ବଡ଼ ଖବର ବ୍ୟୁରୋ):  ପୁରୀ ସମୁଦ୍ର ବେଳା ଭୂମିରେ ଗାଧୋଉଥିବା ବେଳେ ଗତକାଲିଠୁ ନିଖୋଜ ଥିବା ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି । ଚକ୍ରତୀର୍ଥ ରୋଡ ପିଙ୍କ ହାଉସ ବେଳାଭୂମିରୁ ମୃତଦେହ ଉଦ୍ଧାର କରାଯାଇଛି । ପରେ ଶବ ବ୍ୟବଚ୍ଛେଦ ପାଇଁ ପଠାଯାଇଛି । ମୃତ ଛାତ୍ର ଜଣଙ୍କ ପଶ୍ଚିମବଙ୍ଗର ଅରବାଜ କାଦିର । ସୂଚନା ଅନୁଯାୟୀ, ଗତକାଲି ଅପରାହ୍ନରେ ଭଦ୍ରକ ଜିଲ୍ଲାର ରାହେଶ କୁମାର ସିଂ, ଅନୁଗୋଳର ଓମ ପ୍ରକାଶ ଯାଦବ ଓ ପଶ୍ଚିମବଙ୍ଗର ଅରବାଜ କାଦିର ପୁରୀ ଆସିଥିଲେ ।

ତେବେ ସେମାନେ ଲାଇଟ ହାଉସ ବେଳାଭୂମିରେ ଗାଧୋଉଥିବା ବେଳେ ଲହଡିରେ ଭାସିଯାଇଥିଲେ । ସେମାନଙ୍କ ଚିତ୍କାର ଶୁଣି ଲାଇଫଗାର୍ଡ ଜଣଙ୍କ ଭିତରୁ ରାହେଶ ଓ ଓମ ପ୍ରକାଶଙ୍କୁ ଉଦ୍ଧାର କରିଥିଲେ । ଉଦ୍ଧାର ପରେ ସେମାନଙ୍କୁ ପୁରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସମସ୍ତେ କରଲିକତାର ଏରୋନଟିକାଲ ଇନିଷ୍ଟିଚ୍ୟୁଟର ଛାତ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!