Masthead

ଜାମ୍ମୁ-କାଶ୍ମୀର ଏୟାରପୋର୍ଟ ପରିସରରେ ବିସ୍ଫୋରଣ

ଶ୍ରୀନଗର (ବଡ଼ ଖବର ବ୍ୟୁରୋ): ଜାମ୍ମୁ-କାଶ୍ମୀର ଏୟାରପୋର୍ଟ ପରିସରରେ ବିସ୍ଫୋରଣ । ଜାମ୍ମୁ ବିମାନ ବନ୍ଦରର ଟେକ୍ନିକାଲ ଅଞ୍ଚଳରେ ବିସ୍ଫୋରଣ ହୋଇଥିବା ରିପୋର୍ଟରୁ ଜଣାଯାଇଛି । ବିସ୍ଫୋରଣ ସଂପର୍କିତ ସୂଚନା ମିଳିବା ପରେ ଫରେନସିକ ଟିମ୍ ଏବଂ ବିଶେଷଜ୍ଞ ଦଳ ଘଟଣାସ୍ଥଳରେ ପହଞ୍ଚି ଯାଞ୍ଚ କରୁଛନ୍ତି। ବିଳମ୍ୱିତ ରାତି ୨ଟାରେ ଏହି ବିସ୍ଫୋରଣ ଘଟିଛି । ସୂଚନା ମିଳିବା ପରେ ବୋମା ନିଷ୍କ୍ରିୟକାରୀ ଟିମ ଘଟଣାସ୍ଥଳରେ ପହଞ୍ଚିଥିଲେ ।

ଏହାସହ ବିମାନବନ୍ଦରରେ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡାକଡି କରାଯାଇଛି । ସୂଚନାଯୋଗ୍ୟ, ଜମ୍ମୁ କଶ୍ମୀରରେ ସୁରକ୍ଷା ବାହିନୀର ବ୍ୟାପକ ବ୍ୟବସ୍ଥା ପରେ ଆତଙ୍କବାଦୀମାନେ ଏବେ ସକ୍ରିୟ ହୋଇଉଠିଛନ୍ତି । ଆତଙ୍କବାଦୀମାନେ ଜମ୍ମୁ କଶ୍ମୀରକୁ ନିଜର ଦବଦବା ତଥା ସ୍ଥିତି ଜାହିର କରିବାରେ ଲାଗିଛନ୍ତି । ଶନିବାର ସେମାନେ ଶ୍ରୀନଗରର ବରବରଶାହ ଅଞ୍ଚଳରେ ଏକ ସିଆରପିଏଫ ବଙ୍କର ଉପରେ ବୋମାମାଡ଼ କରିଥିଲେ । ଏଥିରେ ଜଣେ ସାଧାରଣ ନାଗରିକଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୩ ଜଣ ଗୁରୁତର ହୋଇଥିଲେ । ଗୁରୁତରଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି