Masthead

ଦିଲ୍ଲୀ ପରିବା ମଣ୍ଡିରେ ଭୁଶୁଡିଲା କୋଠା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):  ରାଜଧାନୀ ଦିଲ୍ଲୀର ପରିବା ମଣ୍ଡିରେ ଥିବା ଏକ ୩ ମହଲା କୋଠା ହଠାତ୍ ଭୁଶୁଡି ପଡିଛି । କୋଠା ଭୁଶୁଡିବା ଫଳରେ ଅନେକ ଲୋକ ଏହା ତଳେ ଚାପି ହୋଇରହିଥିବା ଆଶଙ୍କା କରାଯାଉଛି । ତେବେ ବିଲଣ୍ଡିଂ ତଳୁ ୨ ଛୋଟ ପିଲାଙ୍କୁ ଉଦ୍ଧାର କରାଯାଇଥିଲା । ହେଲେ ଚିକିତ୍ସାଧୀନ ଅବସ୍ଥାରେ ସେମାନଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି ।

ତେବେ ଦିଲ୍ଲୀ ପୋଲିସର କହିବା ଅନୁଯାୟୀ ଉଦ୍ଧାରକାରୀ ଦଳ ଜଣେ ମହିଳାଙ୍କ ସମେତ ଭୁଶୁଡିଥିବା କୋଠା ତଳୁ ୩ ଜଣଙ୍କୁ ଉଦ୍ଧାର କରିଥିଲେ । ଉଦ୍ଧାର ହୋଇଥିବା ୩ ଜଣଙ୍କ ମଧ୍ୟରୁ ଦୁଇଜଣ ଛୋଟ ପିଲାଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ମହିଳାଙ୍କ ଅବସ୍ଥା ଗୁରୁତ୍ୱର ରହିଛି । ବିଲଣ୍ଡିଂ ଭୁଶୁଡିବା ଯୋଗୁ ଗୋଟିଏ କାର ମଧ୍ୟ କ୍ଷତିଗ୍ରସ୍ତ ହୋଇଛି । କୋଠା ଭୁସୁଡିବା ଫଳରେ ଏହା ଆଖପାଖରେ ଥିବା କୋଠା ମଧ୍ୟ ଦୋହଲି ଯାଇଥିବା ନେଇ ସ୍ଥାନୀୟ ଲୋକମାନେ କହିଛନ୍ତି ।

ତେବେ ଏହି ଘଟଣାଟି ରାଜଧାନୀ ଦିଲ୍ଲୀର ମଲ୍ଲକା ଅଞ୍ଚଳରେ ଥିବା ପରିବା ମଣ୍ଡିରେ ଘଟିଛି । ଏପଟେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ କହିଛନ୍ତି, ପରିବା ମଣ୍ଡିରେ ବିଲଣ୍ଡିଂ ଭୁସୁଡିବା ଏକ ଦୁଃଖଦ ଘଟଣା । ମୁଁ ନିଜେ ଏହି ଘଟଣାର ତଦନ୍ତ ନେଇ ନିର୍ଦ୍ଦଶ ଦେଇଛି । ତେବେ ପ୍ରଶାସନ ରିଲିଫ ଓ ଉଦ୍ଧାର କାର୍ଯ୍ୟରେ ଲାଗିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ