Masthead

ସୋମବାରଠୁ ରାଜ୍ୟରେ ଗଡ଼ିବ ବସ୍‌

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସୋମବାରଠାରୁ ସାରା ରାଜ୍ୟରେ ଗଡ଼ିବ ବସ୍‌ । ନିଖିଳ ଓଡ଼ିଶା ବସ୍‌ ମାଲିକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଦିଆଯାଇଥିବା ୧୦ ଦଫା ଦାବିକୁ ରାଜ୍ୟ ସରକାର ଗ୍ରହଣ କରିଛନ୍ତି। ଶନିବାର ଦିନ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରାଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ବସ୍‌ ମାଲିକ ସଂଘର ସମସ୍ତ ଦାବି ଉପରେ ଆଲୋଚନା ହୋଇଥିଲା । ଏହାପରେ ଏହାକୁ ଧୀରେ ଧୀରେ ପୂରଣ କରିବାକୁ ରାଜ୍ୟ ସରକାର ସମୟ ନେଇଛନ୍ତି। ଏହାପରେ ବସ୍‌ ମାଲିକ ସଂଘ ବସ୍‌ ଚଳାଇବାକୁ ରାଜି ହୋଇଛି।

ତେଣୁ ଏବେ ସରକାରଙ୍କ କୋଭିଡ ନିୟମ ଅନୁଯାୟୀ ବସ୍‌ ଚଳାଚଳ କରିବ। ପ୍ରତି ବସ୍‌ରେ ଯେତିକି ସିଟ୍ ସେତିକି ଯାତ୍ରୀ ଯିବେ। ବିନା ମାସ୍କରେ କାହାକୁ ନିଆଯିବନି। ବସ୍‌କୁ ପ୍ରତିଦିନ ବିଶୋଧନ କରାଯିବ। ବସ୍‌ ମାଲିକ ସଂଘର ମୁଖପାତ୍ର ଦେବାଶିଷ ନାୟକଙ୍କ କହିବାନୁଯାୟୀ, ରାଜ୍ୟ ସରକାର ଏପ୍ରିଲରୁ ଜୁଲାଇ ପର୍ଯ୍ୟନ୍ତ ରୋଡ୍‌ ଟିକସ ଛାଡ଼ କରିବାକୁ ରାଜି ହୋଇଛନ୍ତି। ଚାରି ମାସ ହେଲା ବସ୍‌ ଚଳାଚଳ ହୋଇନଥିବାରୁ ଆମେ ସରକାରଙ୍କୁ ବସ୍‌ ପିଛା ୧ଲକ୍ଷ ଟଙ୍କାର ସହାୟତା ମାଗିଥିଲୁ।

ଏନେଇ ରାଜ୍ୟ ସରକାର ବ୍ୟାଙ୍କଗୁଡ଼ିକୁ ବସ୍‌ ମାଲିକଙ୍କ ସହ ଅନୁବନ୍ଧିତ କରିବେ ବୋଲି କହିଛନ୍ତି। ବ୍ୟାଙ୍କରୁ ବସ୍‌ ପିଛା ୧ଲକ୍ଷ ଟଙ୍କା ଋଣ ଆଣି ବସ୍‌ ଚଳାଇବୁ। ଏଥିପାଇଁ ଆମେ ପ୍ରତି ମାସରେ ୧୫ତାରିଖ ସୁଦ୍ଧା ଟିକସ ଦେବୁ ଏବଂ ବ୍ୟାଙ୍କରୁ ଆଣିଥିବା ଟଙ୍କାର କିସ୍ତି ୩୦ତାରିଖ ଭିତରେ ଦେଉଛୁ ବୋଲି ଆର୍‌ଟିଓଙ୍କୁ ଜଣାଇବୁ। ସେହିପରି ବାହାର ରାଜ୍ୟକୁ ଗାଡ଼ି ଚଳାଚଳ କରିବାକୁ ଅନୁମତି ଦେବାକୁ ରାଜ୍ୟ ସରକାର ରାଜି ହୋଇଛନ୍ତି। ଆମ ରାଜ୍ୟରେ ବାହାର ରାଜ୍ୟରୁ ଆସୁଥିବା ବସ୍‌ ଉପରେ ଟିକସ ଛାଡ଼ ହୋଇଥିବାବେଳେ ସେମାନଙ୍କ ରାଜ୍ୟରେ ବି ଆମ ବସ୍‌ ଉପରୁ ଟିକସ ଛାଡ଼ କରିବା ନେଇ ରାଜ୍ୟ ସରକାର ପଦକ୍ଷେପ ନେବେ ବୋଲି କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ