Masthead

କଡ଼ା ସୁରକ୍ଷାବଳୟ ଭିତରେ ରାଜଧାନୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ନେବେ ମୋହନ ମାଝୀ। ଏଥିନିମନ୍ତେ ଭୁବନେଶ୍ୱର ଏକ ପ୍ରକାର ପୁଲିସ୍‌ ଛାଉଣୀରେ ପରିଣତ ହୋଇଥିବା ବେଳେ ନୂଅ ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଆଜି ଅପରାହ୍ନ ୪ଟା ୫୫ରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି । ଏନେଇ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ଶପଥ ପାଠ ପାଇଁ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି ।

ବିଶେଷ କରି ଟ୍ରାଫିକ୍ ବ୍ୟବସ୍ଥାକୁ କଡାକଡି କରାଯାଇଛି । ବିଭିନ୍ନ ନାଁକୁ ନେଇ ଚର୍ଚ୍ଚା ଓ ଆକଳନ ପରେ ମୋହନ ମାଝୀଙ୍କ ଉପରେ ବିଜେପି ବିଧାୟକମାନେ ଓ କେନ୍ଦ୍ରୀୟ ନେତୃତ୍ୱ ଭରସା କରିଛନ୍ତି । ସେ ଆଜି ରାଜ୍ୟର ୧୫ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି । ଓଡ଼ିଶାରେ ବିଜେପି ପ୍ରଥମ ଥର ସରକାର ଗଢ଼ିବାକୁ ଯାଉଥିବା ବେଳେ ମୋହନ ମାଝୀ ହୋଇଛନ୍ତି ପ୍ରଥମ ମୁଖ୍ୟମନ୍ତ୍ରୀ । ସେପଟେ ତାଙ୍କ ସରକାରୀ ବାସଭବନରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ବାସଭବନ ପରିସରକୁ ପୁଲିସ ଓ ସୁରକ୍ଷାକର୍ମୀ ଜଗି ରହିଛନ୍ତି। ଯେଉଁ ଭଳି ଭାବୀ ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷାରେ କୌଣସି ତ୍ରୁଟି ରହିନଯାଏ ସେଥିପ୍ରତି ବିଶେଷ ଭାବେ ଧ୍ୟାନ ଦିଆଯାଇଛି।

ଏଥିସହ ଶପଥ ଗ୍ରହଣ ସମାରୋହ ସ୍ଥଳ ବି କଡ଼ା ପହରାରେ ରହିଛି। ଆଜି ଅପରାହ୍ନ ୨ଟାରୁ ରାତି ୭ଟା କିମ୍ବା ଶପଥ ଗ୍ରହଣ ସମାରୋହ ସରିବା ଯାଏ ଜୟଦେବ ବିହାରରୁ ନାଲକୋ ଛକ ରାସ୍ତାରେ ଗାଡ଼ି ଚଳାଚଳ ମନା। କେବଳ ଗାଡ଼ି ପାସ୍‌ ଥିବା ବ୍ୟକ୍ତି ସଭା ସ୍ଥଳକୁ ଯାଇ ପାରିବେ। ଅନ୍ୟମାନେ ବିକଳ୍ପ ରାସ୍ତା ବ୍ୟବହାର କରି ପାରିବେ। ଜୟଦେବ ବିହାରରୁ ନାଲକୋ ଛକ ଓ ନାଲକୋ ଛକଠାରୁ ଜୟଦେବ ବିହାର ଛକ ଏବଂ ଏହାକୁ ସଂଯୋଗ କରୁଥିବା ଗଳି ରାସ୍ତା ଦେଇ କୌଣସି ପ୍ରକାରର ଯାନବାହାନ ଯାତାୟତ କରିପାରିବ ନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା