Masthead

ରାସ୍ତାରେ ଜଳିଗଲା କାର୍

ମୟୂରଭଞ୍ଜ(ବଡ଼ ଖବର ବ୍ୟୁରୋ): ରାସ୍ତା ମଝିରେ ହୁତୁ ହୁତୁ ହୋଇ ଜଳିଗଲା କାର୍। ଉପରେ ଥିଲା ବିଦ୍ୟୁତ ତାର। ଲୋକଙ୍କ ଉପସ୍ଥିତି ବୁଦ୍ଧି ଲାଗି ବଡ଼ ଧରଣର ଅଘଟଣରୁ ବର୍ତ୍ତିଗଲେ ସ୍ଥାନୀୟ ଲୋକେ। ବାରିପଦା ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି କାରରେ ଲାଗିଥିବା ନିଆଁକୁ ଆୟତ୍ତ କରିଛି। ଏଭଳି ଅଘଟଣ ଦେଖିବାକୁ ମିଳିଥିଲା ମୟୂରଭଞ୍ଜ ଜିଲ୍ଲା ବାରିପଦା ସହର ଜଗନ୍ନାଥ ମନ୍ଦିର ନିକଟରେ ।

ସୁଚନା ଅନୁଯାୟୀ, ବାରିପଦା ସହର ଜଗନ୍ନାଥ ମନ୍ଦିର ଠାରୁ ମଧୁବନ ଗ୍ୟାରେଜ ଛକ ଯିବା ରାସ୍ତାରେ ଗୋଟେ ପରିତ୍ୟକ୍ତ ଅବସ୍ଥାରେ କାରରେ ଆଜି ସକାଳ ଭୋର୍ ପାଖା ପାଖି ୫.୩୦ ସମୟରେ ନିଆଁ ଲାଗିଥିଲା। ଜଣେ ଯୁବକ ସେହି ବାଟଦେଇ ମର୍ଣିଂୱାକ୍ କରିବାକୁ ଯିବା ସମୟରେ ଏହି ଦୃଶ୍ୟ ଦେଖି ସଙ୍ଗେ ସଙ୍ଗେ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ।

ଖବର ପାଇ ଅଗ୍ନିଶମ ବିଭାଗ କର୍ମଚାରୀମାନେ ସେଠାରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଏହି କାରଟି କାହାର ଜଣାପଡ଼ିନଥିବା ବେଳେ, କେଉଁ ପରିସ୍ଥିତରେ ନିଆଁ ଲାଗିଲା ତାହା ଜଣାପଡିନାହିଁ । ତେବେ କାହାର କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ। ସେପଟେ ଗାଡ଼ି ଉପରେ ଦେଇ ଯାଇଥିବା ବିଦ୍ୟୁତ ତାରରେ ନିଆଁ ଲାଗିଥିଲେ ଏକ ବଡ ଧରଣର ବିପଦ ହୋଇଥାନ୍ତା ଯାହାକୁ ଏଡାଇ ଦେଇଛନ୍ତି ଅଗ୍ନିଶମ ବାହିନୀ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ