Masthead

ଭସାଣୀ ଶୋଭାଯାତ୍ରା ବେଳେ ଶ୍ରଦ୍ଧାଳୁଙ୍କ ଉପରେ ମାଡ଼ିଗଲା କାର୍

ରାୟପୁର(ବଡ଼ ଖବର ବ୍ୟୁରୋ): ଦୁର୍ଗା ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ବେଳେ ଶ୍ରଦ୍ଧାଳୁଙ୍କ ଉପରେ ମାଡ଼ିଗଲା କାର୍। ଛତିଶଗଡ ଯଶପୁର ଜିଲ୍ଲାରେ ଦୁର୍ଗା ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ବେଳେ ଶ୍ରଦ୍ଧାଳୁଙ୍କ ଉପରେ ମାଡ଼ିଗଲା ଦ୍ରୁତଗତିରେ ଆସୁଥିବା କାର୍। ଏଥିରେ  ୪ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୬ ଜଣ ଆହତ ହୋଇଛନ୍ତି। ଦୁର୍ଘଟଣା ପରେ ପୂରା ଅଞ୍ଚଳରେ ଉତ୍ତେଜନାମୂଳକ ସ୍ଥିତି ଲାଗି ରହିଛି। ଉତକ୍ଷୀପ୍ତ ଲୋକେ ଅନେକ ଗାଡିରେ ନିଆଁ ଲଗାଇବା ସହ ଗାଡି ଚାଳକଙ୍କୁ ମାଡ଼ ମାରିଛନ୍ତି। ତେବେ ଘଟଣା ସ୍ଥଳରେ ପୋଲିସ କାରରେ ବସିଥିବା ଦୁଇ ଜଣଙ୍କୁ ଗିରଫ କରିଛି। ଜଣେ ହେଲେ ବବଲୁ ବିଶ୍ଵ କର୍ମା ଏବଂ ଅନ୍ୟଜଣଙ୍କ ନାମ ହେଉଛି ଶିଶୁପାଳ ସାହୁ। ଉଭୟ ମଧ୍ୟ ପ୍ରଦେଶର ବାସିନ୍ଦା।

ଛତିଶଗଡ ଦେଇ ଯାଉଥିବା ବେଳେ ରାୟଗଡ଼ ରୋଡ୍‌ରେ ମା ଦୁର୍ଗାଙ୍କ ମୂର୍ତ୍ତି ବିସର୍ଜନ ଶୋଭା ଯାତ୍ରା ବାହାରିଥିଲା। ଏହି ସମୟରେ ଦ୍ରୁତ ଗତିରେ ଯାଉଥିବା କାର ଲୋକଙ୍କ ଉପରେ ଚଢି ଯାଇଥିଲା।ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ ଟ୍ଵିଟ୍ କରି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ