ଭସାଣୀ ଶୋଭାଯାତ୍ରା ବେଳେ ଶ୍ରଦ୍ଧାଳୁଙ୍କ ଉପରେ ମାଡ଼ିଗଲା କାର୍

ରାୟପୁର(ବଡ଼ ଖବର ବ୍ୟୁରୋ): ଦୁର୍ଗା ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ବେଳେ ଶ୍ରଦ୍ଧାଳୁଙ୍କ ଉପରେ ମାଡ଼ିଗଲା କାର୍। ଛତିଶଗଡ ଯଶପୁର ଜିଲ୍ଲାରେ ଦୁର୍ଗା ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ବେଳେ ଶ୍ରଦ୍ଧାଳୁଙ୍କ ଉପରେ ମାଡ଼ିଗଲା ଦ୍ରୁତଗତିରେ ଆସୁଥିବା କାର୍। ଏଥିରେ  ୪ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୬ ଜଣ ଆହତ ହୋଇଛନ୍ତି। ଦୁର୍ଘଟଣା ପରେ ପୂରା ଅଞ୍ଚଳରେ ଉତ୍ତେଜନାମୂଳକ ସ୍ଥିତି ଲାଗି ରହିଛି। ଉତକ୍ଷୀପ୍ତ ଲୋକେ ଅନେକ ଗାଡିରେ ନିଆଁ ଲଗାଇବା ସହ ଗାଡି ଚାଳକଙ୍କୁ ମାଡ଼ ମାରିଛନ୍ତି। ତେବେ ଘଟଣା ସ୍ଥଳରେ ପୋଲିସ କାରରେ ବସିଥିବା ଦୁଇ ଜଣଙ୍କୁ ଗିରଫ କରିଛି। ଜଣେ ହେଲେ ବବଲୁ ବିଶ୍ଵ କର୍ମା ଏବଂ ଅନ୍ୟଜଣଙ୍କ ନାମ ହେଉଛି ଶିଶୁପାଳ ସାହୁ। ଉଭୟ ମଧ୍ୟ ପ୍ରଦେଶର ବାସିନ୍ଦା।

ଛତିଶଗଡ ଦେଇ ଯାଉଥିବା ବେଳେ ରାୟଗଡ଼ ରୋଡ୍‌ରେ ମା ଦୁର୍ଗାଙ୍କ ମୂର୍ତ୍ତି ବିସର୍ଜନ ଶୋଭା ଯାତ୍ରା ବାହାରିଥିଲା। ଏହି ସମୟରେ ଦ୍ରୁତ ଗତିରେ ଯାଉଥିବା କାର ଲୋକଙ୍କ ଉପରେ ଚଢି ଯାଇଥିଲା।ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ ଟ୍ଵିଟ୍ କରି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’