Masthead

ଛୁରା ମାଡର କାରଣ ଅସ୍ପଷ୍ଟ ରହିଛି

ବାରିପଦା(ବଡ଼ ଖବର ବ୍ୟୁରୋ): ୧୦ମ ଶ୍ରେଣୀ ଛାତ୍ରଙ୍କ ଛୁରାମାଡରେ ନବମ ଶ୍ରେଣୀ ଛାତ୍ର ଗୁରୁତର । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବାରିପଦା ସହରଏକ କୋଚିଂ ସେଣ୍ଟର ହଷ୍ଟେଲ ଭିତରେ । ଛୁରା ମାଡ଼ରେ ଛାତ୍ର ଗୁରୁତର। ନବମ ଓ ଦଶମ ଶ୍ରେଣୀ ଛାତ୍ରଙ୍କ ମଧ୍ୟରେ ହୋଇଥିଲା ଗଣ୍ଡଗୋଳ । ଗୁରୁତର ଛାତ୍ର ଙ୍କୁ ବାରିପଦା ପିଆରେମ ମେଡ଼ିକାଲ କଲେଜ ଆଣ୍ଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଛୁରା ମାଡ଼ର କାରଣ ବର୍ତ୍ତମାନ ପର୍ଯ୍ୟନ୍ତ ଜଣା ପଡିନଥିବା ବେଳେ ରାତିରେ କୌଣସି କାରଣ କୁ ନେଇ ଉଭୟ ଛାତ୍ର ଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ଏହି ଗଣ୍ଡଗୋଳ ଏତେ ଉଗ୍ର ରୁପ ନେଇଥିଲା ଯେ ଏଥିରେ ୧୦ମ ଶ୍ରେଣୀ ଛାତ୍ର ଜଣକ ପ୍ରତିଶୋଧ ପରାୟଣ ହୋଇ ଏକ ଧାରୁଆ ଛୁରୀ ରେ ନବମ ଶ୍ରେଣୀ ଛାତ୍ର ଙ୍କ ପେଟ , ହାତ ଓ କାନମୁଳ ରେ ଶକ୍ତ ଆଘାତ କରି ଘଟଣା ସ୍ଥଳରୁ ଚମ୍ପଟ ମାରିଥିଲେ । ବାରିପଦା ମେଡିକାଲ ରେ ଭଞ୍ଜପୁର ଥାନା ପୋଲିସ ପହଞ୍ଚି ଘଟଣା ବିଷୟରେ ପଚରାଉଚରା ଜାରି ରଖିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ