Masthead

ଅପରାହ୍ନ ୨ଟାରେ ପ୍ରକାଶ ପାଇବ ସିବିଏସଇ ଦ୍ୱାଦଶ ରେଜଲ୍ଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ବାହାରୁଛି ସିବିଏସଇ ଦ୍ୱାଦଶ ରେଜଲ୍ଟ । ଅପରାହ୍ନ ୨ଟାରେ ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶ ପାଇବ । cbseresult. nic.in ଓ cbse.gov.in ରେ ଫଳ ପ୍ରକାଶ । ରେଜଲ୍ଟ ଅପେକ୍ଷା ୧୬ ଲକ୍ଷରୁ ଅଧ୍ଖଳ ଛାତ୍ରଛାତ୍ରୀ । କରୋନା ମହାମାରୀ ଯୋଗୁଁ ବାତିଲ ହୋଇଥିଲା ପରୀକ୍ଷା । ସେପଟେ ସିବିଏସଇ ପକ୍ଷରୁ ଏପର୍ୟ୍ୟନ୍ତ ୧୦ମ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ କରାଯାଇ ନାହିଁ । ସିବିଏସଇ ପକ୍ଷରୁ ଦଶମ ଓ ଦ୍ୱାଦଶ ଶ୍ରେଣୀର ପରୀକ୍ଷା ଫଳ ଜାରି କରିବା ପୂର୍ବରୁ ଉଭୟ ଶ୍ରେଣୀର ଛାତ୍ର ଛାତ୍ରୀମାନଙ୍କ ପାଇଁ ରୋଲ ନଂ ଜାରି କରିଛି ।

ଛାତ୍ର ଛାତ୍ରୀମାନେ ସେମାନଙ୍କ ରୋଲ ନଂ ଅନଲାଇନରେ ଡାଉନଲୋଡ କରିପାରିବେ । ଏହି ରୋଲ ନମ୍ବରକୁ ଆଧାର କରି ସେମାନେ ସେମାନଙ୍କ ପରୀକ୍ଷା ଫଳ ପାଇପାରିବେ । କହିରଖୁ କି କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପରୀକ୍ଷା ବାତିଲ କରାଯିବା ପରେ ବୋର୍ଡ ଦ୍ୱାରା ଗଠନ କରାଯାଇଥିବା ୧୩ ଜଣିଆ ପ୍ୟାନେଲ ଦ୍ୱାରା ନିର୍ଦ୍ଧାରିତ ମୂଲ୍ୟାଙ୍କନ ନୀତି ଆଧାରରେ ଫଳ ପ୍ରକାଶ ପାଇବ । ଗଠିତ ପ୍ୟାନେଲର ମୂଲ୍ୟାଙ୍କନ ନୀତି ମୁତାବକ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ୧୦ମ ଶ୍ରେଣୀ ଥିଓରୀରୁ ୩୦ ପ୍ରତିଶତ, ଏକାଦଶ ଶ୍ରେଣୀ ପରୀକ୍ଷା ମାର୍କରୁ ୩୦ ପ୍ରତିଶତ ଓ ଦ୍ୱାଦଶ ଶ୍ରେଣୀ ମଧ୍ୟ ଅବଧି ପରୀକ୍ଷାରୁ ପ୍ରାପ୍ତ ମାର୍କରୁ ୪୦ ପ୍ରତିଶତ ଆଧାରରେ ଛାତ୍ର ଛାତ୍ରୀଙ୍କୁ ମାର୍କ ଦିଆଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି