Masthead

ପାର୍ବଣ ଋତୁ ପାଇଁ ସତର୍କ କଲା କେନ୍ଦ୍ର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସୁଛି ପାର୍ବଣ ଋତୁ । ପାର୍ବଣରେ ବଢିପାରେ ସଂକ୍ରମଣ। ଏହାକୁ ଦୃଷ୍ଟିରେ ରଖି କୋଭିଡ ନିୟମକକୁ କଡାକଡି କରିବା ଉପରେ ଗୁରୁତ୍ୱ ଦେଇଛନ୍ତି କେନ୍ଦ୍ର ସରକାର । ଧାର୍ମିକ ସ୍ଥଳୀ, ମେଳା ଆଦିରେ ବହୁ ଲୋକ ଏକାଠି ହେଲେ ସଂକ୍ରମଣ ବଢିପାରେ । କେନ୍ଦ୍ର ଗୃହ ସଚିବ ଅଜୟ ଭଲ୍ଲା ସବୁ ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖିଛନ୍ତି । ଅଜୟ ଭଲ୍ଲା କହିଛନ୍ତି, ଦେଶବ୍ୟାପୀ ଏବେ କରୋନା ସଂକ୍ରମଣ କମିବାରେ ଲାଗିଛି ।

ଏହା ପରେ ବି ଅନେକ ରାଜ୍ୟର କିଛି ନିର୍ଦ୍ଦିଷ୍ଟ ଅଞ୍ଚଳରେ ସଂକ୍ରମଣ ଦେଖିବାକୁ ମିଳୁଛି । ଯଦି କୌଣସି ଜିଲ୍ଲାରେ ଅଧିକ ସଂକ୍ରମଣ ଦେଖିବାକୁ ମିଳେ ତେବେ ତୁରନ୍ତ ପଦକ୍ଷେପ ନିଅନ୍ତୁ । ସଂକ୍ରମଣ ଯେପରି ନ ବ୍ୟାପେ ସେଥିପାଇଁ ପଦକ୍ଷେପ ନିଆଯିବ। କରୋନା ମୁକାବିଲାର ପ୍ରମୁଖ ଅସ୍ତ୍ର ହେଉଛି ଟେଷ୍ଟ, ଟ୍ରାକ୍, ଟ୍ରିଟ୍, ଟିକାକରଣ ଓ କୋଭିଡ୍ ନିୟମାବଳୀକୁ ପାଳନ କରିବା । ପାର୍ବଣ ସମୟରେ ଏହି ୫ ରଣନୀତି ଯେପରି କାର୍ଯ୍ୟକାରୀ ହେବ, ସରକାର ତାହା ନିଶ୍ଚିତ କରିବା ଆବଶ୍ୟକ ବୋଲି କେନ୍ଦ୍ର ଗୃହ ସଚିବ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ