Masthead

ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ଦିଲ୍ଲୀ ଫେରିଯିବାକୁ କେନ୍ଦ୍ରର ଚିଠି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ଦିଲ୍ଲୀ ଫେରାଇ ନେବା ପାଇଁ କେନ୍ଦ୍ରର ଚିଠି । ଅଳ୍ପନ ବନ୍ଦୋପାଧ୍ୟାୟଙ୍କୁ ତୁରନ୍ତ ରିଲିଭ୍ କରିବାକୁ ଚିଠି ଲେଖାଯାଇଛି । ମେ ୩୧ ସକାଳ ୧୦ଟା ସୁଦ୍ଧା ଦିଲ୍ଲୀରେ ରିପୋର୍ଟ କରିବାକୁ ଚିଠିରେ ଉଲ୍ଲେଖ କରାଯାଇଛି । ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପଶ୍ଚିମବଙ୍ଗରେ ବାତ୍ୟା ସମୀକ୍ଷା ବୈଠକ କରାଇଥିଲେ । ମାତ୍ର ବୈଠକକୁ ମମତା ବାନାର୍ଜି ଅଧ ଘଣ୍ଟା ବିଳମ୍ବରେ ଆସିଥିଲେ ଏବଂ କ୍ଷୟକ୍ଷତିର ରିପୋର୍ଟ ଦେଇ ଅନ୍ୟସ୍ଥାନରେ ମିଟିଂ ଅଛି କହି ୧୫ମିନିଟରେ ବୈଠକ ଛାଡି ଚାଲିଯାଇଥିଲେ ।

ମୁଖ୍ୟ ଶାସନ ସଚିବ ମଧ୍ୟ ବିଳମ୍ବରେ ପହଂଚିଥିଲେ । ପ୍ରଧାନମନ୍ତ୍ରୀଙ୍କୁ ବାତ୍ୟାର କ୍ଷୟକ୍ଷତିକୁ ନେଇ ରିପୋର୍ଟ ଦାଖଲ କରି ୨୦ ହଜାର କୋଟି ଟଙ୍କାର ସହାୟତା ଦାବି କରିଥିବା କହିଛନ୍ତି । ଦୀଘାରେ ହୋଇଥିବା କ୍ଷୟକ୍ଷତି ପାଇଁ ୧୦ ହଜାର କୋଟି ଏବଂ ସୁନ୍ଦରବନ ପାଇଁ ୧୦ ହଜାର କୋଟି ଟଙ୍କା ମାଗିଥିବା କହିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ । ତେବେ ଏହି ଘଟଣାର କିଛି ସମୟ ପରେ କେନ୍ଦ୍ରରୁ ମୁଖ୍ୟ ଶାସନ ସଚିବଙ୍କ ଉଦ୍ଦେଶ୍ୟରେ ଚିଠି ଆସିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା