Masthead

ଡେଲଟା ପ୍ଲସକୁ ନେଇ ସତର୍କ କରାଇଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଡେଲଟା ପ୍ଲସକୁ ନେଇ ସତର୍କ କରିଛନ୍ତି କେନ୍ଦ୍ର ସରକାର । ୮ରାଜ୍ୟ ଓ କେନ୍ଦ୍ର ଶାସିତ ଅଂଚଳକୁ ଚିଠି ଲେଖିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣ । କଣ୍ଟେନମେଣ୍ଟ କରି ସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ କୁହାଯାଇଛି । ତାମିଲନାଡୁ, ରାଜସ୍ଥାନ, କର୍ଣ୍ଣାଟକ, ପଂଜାବ, ଆନ୍ଧ୍ର ପ୍ରଦେଶ, ଜାମ୍ମୁ-କାଶ୍ମୀର, ଗୁଜୁରାଟ ଓ ହରିୟାଣା ସରକାରଙ୍କୁ ଏନେଇ ଚିଠି ଲେଖିଛନ୍ତି । ସେହିପରି କରୋନା ପିଜିଟିଭ୍ ଆସୁଥିବା ଲୋକଙ୍କ ଉପରେ ନଜର ରଖିବା ସହ ସେମାନଙ୍କ ନମୂନା ସଂଗ୍ରହ କରି ଜେନମ୍ ସିକୁଏନ୍ସ କରିବା ପାଇଁ ପରାମର୍ଶ ଦେଇଛନ୍ତି ।

କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୁଷଣ ସୂଚନା ଦେଇ କହିଛନ୍ତି-ଆନ୍ଧ୍ରପ୍ରଦେଶର ତିରୁପତି, ଗୁଜୁରାଟର ସୁରଟ, ହରିୟାଣାର ଫରିଦାବାଦ, ଜାମ୍ମୁ -କାଶ୍ମୀର କାଟ୍ରା, ରାଜସ୍ତାନର ବିକାନେର, ପଂଜାବର ପଟିଆଲା ଓ ଲୁଥିଆନା, କର୍ଣ୍ଣାଟକର ମହିଶୂର, ତାମିଲନାଡୁର ଚେନ୍ନାଇ, ମଦୁରାଇ ଏବଂ କାନଚିପୁରମରେ ଚିହ୍ନଟ ହୋଇଛନ୍ତି । ଦେଶରେ ମୋଟ୍ ୫୦ ଡେଲଟା ପ୍ଲସ ମାମଲା ସାମନାକୁ ଆସିଛି । ଯେଉଁ ସ୍ଥାନରେ ଏହି ସଂକ୍ରମିତ ଚିହ୍ନଟ ହେଉଛନ୍ତି, ସେଠାରେ ତୁରନ୍ତ କଣ୍ଟେନମେଣ୍ଟ ଜୋନ୍ କରିବା ପାଇଁ କେନ୍ଦ୍ର ସରକାର ରାଜ୍ୟ ସରକାରମାନଙ୍କୁ ପରାମର୍ଶ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ