Masthead

ବରଗଡରେ କେନ୍ଦ୍ରୀୟ ସ୍ୱାସ୍ଥ୍ୟ ଟିମ୍ , ଅନୁଧ୍ୟାନ କରିବେ ସ୍କ୍ରବଟାଇଫସ ସ୍ଥିତି

ବରଗଡ(ବଡ଼ ଖବର ବ୍ୟୁରୋ): ସ୍କ୍ରବଟାଇଫସର ସ୍ଥିତି ନେଇ ପ୍ରଥମେ ବୁର୍ଲ୍ଲା ଭୀମ ସାରର ଏକ ଟିମ୍ ଆସି ସ୍ଥିତି ଅନୁଧ୍ୟାନ କରିଥିବା ବେଳେ ପରେ ଓଡିଶା ଜନସ୍ୱାସ୍ଥ୍ୟ ବିଭାଗର ଟିମ୍ ଆସି ଏହାର କାରଣ ଓ ନିରାକରଣ ବିଷୟରେ ପଚାରି ବୁଝିଥିଲେ । ଏବେ କେନ୍ଦ୍ରୀୟ ଟିମ୍ ପ୍ରଥମେ ସୁନ୍ଦରଗଡ଼ ଓ ଏବେ ବରଗଡ଼ ପହଁଚି ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ସହ ଆଲୋଚନା କରୁଛନ୍ତି । ସ୍କ୍ରବଟାଇଫସ ପଶ୍ଚିମ ଓଡ଼ିଶାରେ କାୟା ବିସ୍ତାର କରୁଥିବାରୁ ଏହାର ସ୍ଥିତି ଅନୁଧ୍ୟାନ କରିବା ପାଇଁ ଏହି ଟିମ୍ ପଶ୍ଚିମ ଓଡିଶାର ସୁନ୍ଦରଗଡ଼ ,ବରଗଡ଼ ଓ ବଲାଙ୍ଗୀର ଜିଲ୍ଲା ଗସ୍ତ କରି ସ୍ଥିତି ଅନୁଧ୍ୟାନ କରିବାର କାର‌୍ୟ୍ୟକ୍ରମ ରହିଛି ।

ତେବେ ବର୍ତ୍ତମାନ ବରଗଡ଼ ଜିଲ୍ଲାରେ ଏହାର ସମୀକ୍ଷା କରିବା ପାଇଁ ଟିମ୍ ପହଞ୍ଚି ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ସହ ଆଲୋଚନା କରିଛନ୍ତି ।ଆଜି ଏହି ଟିମ୍ ଜିଲ୍ଲାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିବା ସହ ଜିଲ୍ଲା ମୁଖ୍ୟ ଡାକ୍ତରଖାନାର ପରୀକ୍ଷାଗାର ତଦାରଖ କରିବାର କାର‌୍ୟ୍ୟକ୍ରମ ରହିଛି । ତେବେ ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ସ୍କ୍ରବଟାଇଫସ ପାଇଁ ୧୭୭୫ଜଣଙ୍କ ଟେଷ୍ଟ କରାଯାଇଥିବା ବେଳେ ୮୯ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ସୁଦ୍ଧା ୬ ଜଣଙ୍କ ଜୀବନ ନେଇ ସାରିଛି ସ୍କ୍ରବଟାଇଫସ ।

ତେବେ କେଉଁ କାରଣରୁ ପୀଡ଼ିତଙ୍କ ମୃତ୍ୟୁ ହୋଇଛି ଏହାର ପ୍ରକୃତ କାରଣ ଖୋଜୁଛି ଏହି କେନ୍ଦ୍ରୀୟ ଟିମ । ସ୍କ୍ରବ ଟାଇଫସ ପାଇଁ ବର୍ତ୍ତମାନ ଚିନ୍ତାରେ ପଶ୍ଚିମ ଓଡିଶା । ବିଶେଷ ଭାବେ ସୁନ୍ଦରଗଡ ଓ ବରଗଡ଼ ଜିଲ୍ଲାରେ ଅ।କ୍ରାନ୍ତଙ୍କ ସଂଖ୍ୟା ପ୍ରତିଦିନ ବଢିବାରେ ଲାଗିଥିବାରୁ ଏହା ସ୍ଵାସ୍ଥ୍ୟ ବିଭାଗ ପାଇଁ ଟେନସନ ବଢାଇଛି। ବରଗଡ଼ ଜିଲାରେ ଧୀରେ ଧୀରେ ପଜେଟିଭ ସଂଖ୍ୟା ବଢିବାକୁ ଲାଗିଥିବା ବେଳେ ଏହାକୁ ନେଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଚିନ୍ତା ପ୍ରକଟ କରିବା ସହ ଗ୍ରାଉଣ୍ଡ ଜିରୋରେ କଣ ରହିଛି ସ୍ଥିତି ଏହାକୁ ଅନୁଧ୍ୟାନ କରିବା ପାଇଁ ୨୨ ତାରିଖରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗକୁ ଅନୁରୋଧ କରିଥିଲେ କେନ୍ଦ୍ରରୁ ୪ଜଣ ଓ ରାଜ୍ୟରୁ ୨ଜଣ ଏହିଭଳି ୬ ଜଣିଆ ଟିମ ଗତକାଲି ସୁନ୍ଦରଗଡ ଓ ବରଗଡ଼ରେ ପହଂଚି ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ ସମ୍ମିଳନୀ କକ୍ଷରେ ସମୀକ୍ଷା କରିଛନ୍ତି ।

ଏହି ଟିମରେ଼ ଡକ୍ଟର ସମୀର ଗୁଲାଟି, ପ୍ରଫେସର, ମେଡିସିନ, ଏଲଏଚଏମସି ଏବଂ ଏସଏସକେଏଚ୍, ନୂଆଦିଲ୍ଲୀ, ଡକ୍ଟର ତୁଷାର ନାଲେ, ଡେପୁଟି ଡାରେକ୍ଟର (ପବ୍ଲିକ ହେଲଥ୍ ସ୍ପେଶାଲିଷ୍ଟ), ସେଣ୍ଟର ଫର୍ ଓ୍ୱାନ୍ ହେଲଥ୍, ନ୍ୟାସନାଲ ସେଣ୍ଟର ଫର୍ ଡିଜିଜ୍ କଣ୍ଟ୍ରୋଲ, ଦିଲ୍ଲୀ, ଡାକ୍ତର ଧରା ବି ଶାହ, ଆସିଷ୍ଟାଣ୍ଟ ଡାରେକ୍ଟର (ମାଇକ୍ରୋବାୟୋଲୋଜି), ଆଇଡିଏସପି, ନ୍ୟାସନାଲ ସେଣ୍ଟର ଫର୍ କଣ୍ଟ୍ରୋଲ, ଦିଲ୍ଲୀ, ଡକ୍ଟର ଆରୁଷି ଘାଇ, ଇଆଇଏସ ଅଫିସର, ଆଇଡିଏସପି, ନ୍ୟାସନାଲ ସେଣ୍ଟର ଫର୍ ଡିଜିଜ୍ କଣ୍ଟ୍ରୋଲ, ଦିଲ୍ଲୀ ରହିଛନ୍ତି। ସମୀକ୍ଷା ପରେ ଟିମ୍ ହସ୍ପିଟାଲ ପରିଦର୍ଶନ କରିଛନ୍ତି ।

ସମୀକ୍ଷା ବୈଠକରେ ଡ଼ ଜିତେନ୍ଦ୍ର ମୋହନ ବେବର୍ତା ସିଡିଏମଓ ,ଡ ସାଧୁଚରଣ ଦାଶ,ଊଚଐଙ ଯୋଗ ଦେଇ ଜିଲ୍ଲାରେ ନିଅ।ଯାଇଥିବା ପଦକ୍ଷେପ ସମ୍ପର୍କରେ ଅବଗତ କରାଇଥିଲେ।ଆଜି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଥିବା ଲେବ୍ରୋଟାରୀ ପରିଦର୍ଶନ କରି ସ୍ଵାସ୍ଥ୍ୟ ବ୍ୟବସ୍ଥାର ନିରୀକ୍ଷଣ କରିବାର କାର‌୍ୟ୍ୟକ୍ରମ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା