‘ୟାଶ’ର କ୍ଷୟକ୍ଷତି ଆକଳନ ପାଇଁ ଓଡ଼ିଶା ଆସିଲେ କେନ୍ଦ୍ରୀୟ ଟିମ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବାତ୍ୟା ୟାଶର କ୍ଷୟକ୍ଷତି ଆକଳନ କରିବା ପାଇଁ ଓଡ଼ିଶା ଆସିଛନ୍ତି ଆନ୍ତଃମନ୍ତ୍ରୀ ସ୍ତରୀୟ କେନ୍ଦ୍ରୀୟ ଟିମ୍ । ଏହି ଟିମର ନେତୃତ୍ୱ ନେଇଛନ୍ତି କେନ୍ଦ୍ର ଗୃହ ମନ୍ତ୍ରାଳୟର ଯୁଗ୍ମ ସଚିବ ସୁନୀଲ କୁମାର ବର୍ନୱାଲ୍ । ଆଜି, ବାତ୍ୟାରେ ସର୍ବାଧିକ ପ୍ରଭାବିତ ହୋଇଥିବା ୪ଟି ଜିଲ୍ଲା ଗସ୍ତ କରିବା କାର୍ୟ୍ୟକ୍ରମ ରହିଛି । ଦୁଇଟି ଭାଗରେ ବିଭକ୍ତ ହୋଇ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ମୟୂରଭଂଜ ଗସ୍ତରେ ଯାଇ ଏହି ଟିମ୍ ବାତ୍ୟା କ୍ଷୟକ୍ଷତିର ଆକଳନ କରିବେ ।

କ୍ଷୟକ୍ଷତି ନେଇ କେନ୍ଦ୍ର ସରକାରଙ୍କୁ ରିପୋର୍ଟ ଦେବେ କେନ୍ଦ୍ରୀୟ ଟିମ୍ । ଆଜି ଏନେଇ ଏସଆରସି ପିକେ ଜେନା ହୋଟେଲ ମେ ଫେୟାରରେ ଏକ ବୈଠକ କରିଥିଲେ । ଏଥିରେ ବାତ୍ୟା ୟସ କ୍ଷୟକ୍ଷତି ନେଇ କେନ୍ଦ୍ରୀୟ ଟିମକୁ ଅବଗତ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ