Masthead

କାଲି ମତ ରଖିବ କେନ୍ଦ୍ରୀୟ ଟିମ

ନୂଆପଡ଼ା (ବଡ଼ ଖବର ବ୍ୟୁରୋ): ମମିତା ମେହେର ହତ୍ୟା ଘଟଣାରେ ରାଜ୍ୟ ଗୃହମନ୍ତ୍ରୀଙ୍କ ବହିଷ୍କାର ଓ ସିବିଆଇ ତଦନ୍ତ ଦାବି କରି ଜୋର ଦାର ବିରୋଧ ପ୍ରଦର୍ଶନ କରୁଥିବା ଭାରତୀୟ ଜନତା ପାର୍ଟି ଏହି ଘଟଣାକୁ ଜମାରୁ ହାଲୁକା ଭାବେ ନେବାକୁ ଚାହୁଁ ନାହିଁ। ଦିଲ୍ଲୀରେ ପ୍ରବକ୍ତା ସମ୍ବିତ ପାତ୍ରା ସାମ୍ବାଦିକ ସମ୍ମିଳନୀ କରି ଏହି ଘଟଣାକୁ ନେଇ ଓଡ଼ିଶା ସରକାର ଉପରେ ବର୍ଷି ଥିବାବେଳେ ଆଜି ଜାତୀୟ ମହିଳା ମୋର୍ଚ୍ଚା ସଭାପତି ଭି.ଶ୍ରୀନିବାସନ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ।

ଭି. ଶ୍ରୀନିବାସନ ରାୟପୁରରରୁ ଓଡିଶାର ଖରିଆର ରୋଡ଼ ଦେଇ ଆଜି ମମିତା ମେହେରଙ୍କ ଗାଁ ବଲାଙ୍ଗୀର ଝରଣୀ ଗାଁକୁ ଓ ତା ପରେ ମହଲିଙ୍ଗ କଲେଜକୁ ଯାଇଥିଲେ । ଆସନ୍ତା କାଲି ସାମ୍ବାଦିକ ସମ୍ମିଳନୀରେ ତାଙ୍କ ପ୍ରତିକ୍ରିୟା ରଖିବେ ବୋଲି ଜଣା ପଡ଼ିଛି। ମହିଳା ମୋର୍ଚ୍ଚା ସଭାପତିଙ୍କ ସହିତ ତିନି ଜଣିଆ ଟିମ ଘଟଣାର ସବିଶେଷ ତଥ୍ୟ ବିଜେପି ସଭାପତି ଜେପି ନଡ୍ଡାଙ୍କୁ ପ୍ରଦାନ କରିବେ ବୋଲି ମଧ୍ୟ ତିନି ଜଣିଆ ଟିମରେ ସାମିଲ ଥିବା ହରିୟାଣାର ଜଣେ ସାଂସଦ ସୁନିତା ଦୁଗଲ ସୂଚନା ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ