Masthead

ଜୁଲାଇ ୭ ଅପରାହ୍ନ ୫ରେ ହେବ ରଥ ଟଣା

ପୁରୀ (ବଡ଼ ଖବର ବ୍ୟୁରୋ): ଜୁଲାଇ ୭ତାରିଖରେ ରଥଯାତ୍ରା । ଚଳଚଞ୍ଚଳ ପୁରୀ । ଚଳଚଞ୍ଚଳ ରଥଖଳା । ରଥ ଖଳାରେ ଚାଲିଛି ଜୋରଦାର ପ୍ରସ୍ତୁତି । ତେବେ ରଥଯାତ୍ରାକୁ ନେଇ ଛତିଶା ନିଯୋଗ ବୈଠକ ବସିଥିବା ବେଳେ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ହୋଇଛି । ଜୁଲାଇ ୭ତାରିଖ ଅପରାହ୍ନ ୫ଟାରେ ଟଣାଯିବ ରଥ । ୫୩ବର୍ଷ ପରେ ବିରଳ ସଂଯୋଗ ପଡ଼ିଛି । ୧୯୭୧ ପରେ ଗୋଟିଏ ଦିନରେ ପଡ଼ୁଛି ନେତ୍ରୋତ୍ସବ, ନବଯୌବନ ଦର୍ଶନ ଓ ଶ୍ରୀଗୁଣ୍ଡିଚା ଯାତ୍ରା ।

ତେଣୁ ଏଥର ଦୁଇ ଦିନ ଧରି ରଥଟଣା ଯିବ । ଗୋଟିଏ ଦିନରେ ଶ୍ରୀଜୀଉଙ୍କ ଏକାଧିକ ନୀତି ପଡ଼ୁଥିବାରୁ ନେତ୍ରୋତ୍ସବ ଓ ନବଯୌବନ ଦର୍ଶନ ପରେ ଜୁଲାଇ ୭ତାରିଖ ଅପରାହ୍ନରେ ରଥଟାଣିବାକୁ ନିଷ୍ପତି କରିଛି ଶ୍ରୀମନ୍ଦିର ପରିଚାଳନା କମିଟି । ଏଥର ୧୫ ଦିନ ପରିବର୍ତେ ୧୩ ଦିନ ଅଣସର ନୀତି ହେବ । ସେହିପରି ଦୁଇ ଦିନ ରଥଟଣା ପରେ ୧୫ଜୁଲାଇରେ ବାହୁଡ଼ା ଓ ୧୭ତାରିଖରେ ହେବ ଶ୍ରୀଜୀଉଙ୍କ ସୁନାବେଶ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ