Masthead

ଶ୍ରୀଜିଉଙ୍କୁ ଦର୍ଶନ କଲେ ପ୍ରଧାନ ବିଚାରପତି

ପୁରୀ(ବଡ଼ ଖବର ବ୍ୟୁରୋ): ଓଡ଼ିଶା ଗସ୍ତରେ ଥିବା ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ଏନ.ଭି ରମନ୍ନା ଆଜି ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ କରିଛନ୍ତି । ପାରମ୍ପରିକ ବେଶରେ ଜଷ୍ଟିସ ରମନ୍ନା ଓ ଅନ୍ୟ ଚାରିଜଣ ବିଚାରପତି ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି । ତାଙ୍କ ସହ ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ, ୫ଟି ସଚିବ, ପୁରୀ ଜିଲ୍ଲାପାଳ ଓ ଏସପି ଉପସ୍ଥିତ ଥିବାର ଦେଖିବାକୁ ମିଳିଥିଲା । ଅପରପକ୍ଷରେ ଗତକାଲି ସନ୍ଧ୍ୟାରେ ଜଷ୍ଟିସ ଏନ.ଭି. ରମନ୍ନା ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିଥିଲେ ।

ଏହା ପରେ ସେ ପୁରୀ ଆସିଥିଲେ । ପୁରୀରେ ପହଞ୍ଚିବା ପରେ ଜଷ୍ଟିସ ରମନ୍ନା ରାତିରେ ଶ୍ରୀମନ୍ଦିର ସମ୍ମୁଖକୁ ଆସି ଅନୁଧ୍ୟାନ କରିଥିଲେ । ଶ୍ରୀଜିଉଙ୍କୁ ଦର୍ଶନ କରିବା ପରେ କଟକ ଯାଇ ଜଷ୍ଟିସ ରମନ୍ନା ନବନିର୍ମିତ ଆଇନ ସେବା ଭବନର ଉଦଘାଟନ କରିବେ ବୋଲି ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ