Masthead

ଭାରତୀୟ ହକି ଟିମକୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଇତିହାସ ରଚିଲା ଭାରତ । ଟୋକିଓ ଅଲିମ୍ପିକସରେ ଜର୍ମାନୀକୁ ହରାଇ ହାତେଇଲ ବ୍ରୋଞ୍ଜ । ପୁରୁଷ ହକିରେ ଜର୍ମାନୀକୁ ୫-୪ ଭାରତର ଦମଦାର ବିଜୟ । ଦିର୍ଘ ଚାରି ଦଶନ୍ଧି ପରେ ପଦକ ଆଣିଛି ଭାରତ । ୧୯୮୦ ମସିହା ମସ୍କୋ ଅଲମ୍ପିକସ୍ ପରେ କୌଣସି ପଦକ ଜିତିନଥିବା ଭାରତୀୟ  ହକି ଦଳ ଆଜି ପ୍ରତିଟି ଭାରତୀୟଙ୍କ ହୃଦୟ ଜିତିଛି ।

ଭାରତର ବିଜୟ ପରେ ହକିରେ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ ଯୋଡା ହୋଇଛି ।ମ୍ୟାଚ୍ ଜିତିବା ପରେ ଚାରିଆଡୁ ପ୍ରଶଂସା ଓ ଶୁଭେଚ୍ଛାର ସୁଅ ଛୁଟିଛି । ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନେକ ମନ୍ତ୍ରୀ, ଖେଳାଳି ଆଦି ଦଳକୁ ଶୁଭେଚ୍ଛା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଦଳକୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ।

ନବୀନ ଟ୍ୱିଟ୍ କରି କହିଛନ୍ତି ଯେ, ଭାରତୀୟ ହକି ଟିମକୁ ଅଭିନନ୍ଦନ । ଦଳ ଜବରଦସ୍ତ ବିଜୟ ହାସଲ କରି ୪୧ ବର୍ଷ ପରେ ଅଲିମ୍ପିକ୍ସରେ ପଦକ ଜିତିଛି । ଏହା ହେଉଛି ଐତିହାସିକ ବିଜୟ । ଏହି ବିଜୟ ଆଗାମୀ ଦିନରେ ଅନ୍ୟମାନଙ୍କ ପାଇଁ ପ୍ରେରଣାର ଉତ୍ସ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ