Masthead

ସୁନ୍ଦରଗଡ ପାଇଁ ହାତ ଖୋଲିଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୨୦ ବର୍ଷ ତଳେ ରାଜ୍ୟର ଯୋଜନା ବଜେଟ ୨୮୦୦ କୋଟି ଥିବାବେଳେ ଆଜି କେବଳ ସୁନ୍ଦରଗଡ ଜିଲ୍ଲା ପାଇଁ ୫୦୦୦ ହଜାର କୋଟି ଟଙ୍କା ପ୍ରକଳ୍ପର ଭୂମିପୂଜା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶ୍ରୀପଞ୍ଚମୀର ପବିତ୍ର ତିଥିରେ ୨୦୨୩ ପୁରୁଷ ବିଶ୍ୱକପ୍‌ ହକି ପାଇଁ ପ୍ରସ୍ତୁତିର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଦିନିକିଆ ସୁନ୍ଦରଗଡ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ଜିଲ୍ଲା ପାଇଁ ୫ ହଜାର କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି।

ରାଉରକେଲା ଠାରେ ୨୦୨୩ ପୁରୁଷ ବିଶ୍ୱକପ୍‌ ହକି ଆୟୋଜନକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ସେଠାରେ ଆନ୍ତର୍ଜାତୀୟମାନର ଷ୍ଟାଡିୟମର ଶିଳାନ୍ୟାସ କରିଛନ୍ତି । ଏହି ନୂତନ ଷ୍ଟାଡିୟମ ବିଶିଷ୍ଟ ସଂଗ୍ରାମୀ ବିର୍ସା ମୁଣ୍ଡାଙ୍କ ନାମରେ ନାମିତ କରାଗଲା ବୋଲି ଏହି ଅବସରରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଏହି ଷ୍ଟାଡିୟମ ଦେଶର ସବୁଠାରୁ ବଡ଼ ହକି ଷ୍ଟାଡିୟମ ହେବ ।ଏହି ଷ୍ଟାଡିୟମ ଯୁବ ସମାଜ ମଧ୍ୟରେ ପ୍ରେରଣା ସୃଷ୍ଟି କରିବା ସହିତ ବଡ ବଡ ସ୍ୱପ୍ନ ଦେଖିବା ଓ ବଡ ବଡ କାମ କରିବା ପାଇଁ ଉତ୍ସାହ ସୃଷ୍ଟି କରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ରାଉରକେଲା ସହିତ ବିଜୁବାବୁଙ୍କର ସଂପର୍କ ବିଷୟ ସ୍ମରଣ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ କେବଳ ଓଡିଶା ନୁହେଁ, ଆଖପାଖ ରାଜ୍ୟର ଲୋକମାନେ ମଧ୍ୟ ଜୀବିକା ପାଇଁ ରାଉରକେଲାକୁ ଆସିଥାନ୍ତି । ରାଉରକେଲାକୁ ଆଶାର ସହର ଭାବରେ ସେ ବର୍ଣ୍ଣନା କରିଥିଲେ । ସୁନ୍ଦରଗଡ ଜିଲ୍ଲାର ମିଶନ ଶକ୍ତିର ମାଆମାନଙ୍କୁ ସେମାନଙ୍କର ବିକାଶ କାମରେ ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇବା ସହ ବାଲିଶଂକରାର ଜୟନ୍ତୀ ଏକ୍କା କିପରେ ଭୁବନେଶ୍ୱରର ମେକ୍‌-ଇନ୍‌-ଓଡିଶା କନ୍‌କ୍ଲେଭରେ ତାଙ୍କର ଉଦ୍‌ଯୋଗ ପାଇଁ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ, ସେ ବିଷୟ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ , ଜୟନ୍ତୀଙ୍କ ନେତୃତ୍ୱର ଉଚ୍ଚପ୍ରଶଂସା କରିଥିଲେ ।

ଜନଜାତିର ପିଲାମାନଙ୍କ ଶିକ୍ଷା ସୁବିଧା ସହିତ ଜନଜାତି ସଂସ୍କୃତିର ସୁରକ୍ଷା ପାଇଁ ନିଆଯାଇଥିବା ପଦକ୍ଷେପ ସଂପର୍କରେ ମୁଖ୍ୟମନ୍ତ୍ରୀ ଆଲୋଚନା କରିବା ସହ ମୁଣ୍ଡାରି ଓ ହୋ ଭାଷାକୁ ସମ୍ବିଧାନର ଅଷ୍ଟମ ପରିଚ୍ଛେଦରେ ଅନ୍ତର୍ଭୁକ୍ତ କରିବା ପାଇଁ କେନ୍ଦ୍ର ସରକାରଙ୍କ ନିକଟରେ ପୁଣି ଥରେ ଦାବି ଜଣାଇଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୨୦୦୦ ମସିହାରେ ରାଜ୍ୟର ଯୋଜନା ବଜେଟ ମାତ୍ର ୨୮୦୦ କୋଟି ଥିବାବେଳେ, ଆଜି କେବଳ ସୁନ୍ଦରଗଡ ଜିଲ୍ଲା ପାଇଁ ୫ ହଜାର କୋଟି ଟଙ୍କାର ପ୍ରକଳ୍ପ ଆରମ୍ଭ କରାଯାଇଛି । ଏହାକୁ ମୁଖ୍ୟମନ୍ତ୍ରୀ ରୂପାନ୍ତରର ନମୂନା ତଥା ବିକାଶର ନମୂନା ଭାବରେ ବର୍ଣ୍ଣନା କରିବା ସହିତ ବିକାଶର ଏହି ଧାରାକୁ ଜାରି ରଖିବା ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ।

ଏହି କାର୍ଯ୍ୟକ୍ରମରେ ବହୁ ମନ୍ତ୍ରୀ ସାଂସଦ ବିଧାୟକ ଯୋଗ ଦେଇଥିଲେ । ବିଶିଷ୍ଟ ହକି ତାରକା ଦିଲ୍ଲୀପ ତୀର୍କୀ ଧନ୍ୟବାଦ ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି