Masthead

ପୁରୁଣା ବଜେଟ ପଢିଲେ ମୁଖ୍ୟମନ୍ତ୍ରୀ

ରାଜସ୍ଥାନ (ବଡ଼ ଖବର ବ୍ୟୁରୋ): ରାଜସ୍ଥାନ ବିଧାନସଭାରେ ଶୁକ୍ରବାର ବଜେଟ ଉପସ୍ଥାପନ ହୋଇଛି। ବଜେଟ୍‌ ଉପସ୍ଥାପନ କରୁଥିବା ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କୁ ଏକ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡିଛି। ଏହାକୁ ନେଇ ଗୃହରେ ପ୍ରବଳ ହଙ୍ଗାମା ଦେଖିବାକୁ ମିଳିଥିଲା । ବାଚସ୍ପତି ହଟ୍ଟଗୋଳକୁ ଦେଖି ଗୃହ କାର୍ଯ୍ୟକୁ ସ୍ଥଗିତ ରଖିଛନ୍ତି ।ବଜେଟ ପଢିବା ସମୟରେ ଅଶୋକ ଗେହଲଟ ପୁରୁଣା ବଜେଟର କିଛି ଯୋଜନାକୁ ପୁଣି ଥରେ ଉପସ୍ଥାପନା କରିଥିଲେ ।

କେବଳ ଏତିକି ନୁହେଁ ଏଥିରେ ସହରୀ ବିକାଶ ଯୋଜନା ଯାହା ଗତ ବର୍ଷ ଲାଗୁ ହୋଇଥିଲା ତାହା ମଧ୍ୟ ରହିଥିଲା । ତାକୁ ମଧ୍ୟ ଚଳିତ ବଜେଟରେ ପୁଣି ଥରେ ଉପସ୍ଥାପନ କରାଯାଇଥିଲା । ଏହା ଦେଖିବା ପରେ ସେଠାରେ ଉପସ୍ଥିତ ଥିବା ମନ୍ତ୍ରୀ ମହେଶ ଯୋଶୀ ତାଙ୍କୁ ଏ ବାବଦରେ ଅବଗତ କରାଇଥିଲେ । ଏହା ପରେ ମୁଖ୍ୟମନ୍ତ୍ରୀ ବଜେଟ ଭାଷଣକୁ ବନ୍ଦ କରିଥିଲେ। ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀଙ୍କ ଏହି ଭୁଲକୁ ଅବହେଳା ପ୍ରସଙ୍ଗ କରି ବିରୋଧୀଦଳ ଗୃହରେ ହଙ୍ଗାମା ଆରମ୍ଭ କରିଥିଲେ। ପରେ ମୁଖ୍ୟମନ୍ତ୍ରୀ ତାଙ୍କ ଭୁଲ ବୁଝିପାରି କ୍ଷମା ମାଗିଥିଲେ। ଏହା ପରେ ମଧ୍ୟ ବିରୋଧୀ ଶାନ୍ତ ପଡି ନ ଥିଲେ। ବିରୋଧୀ ଦଳର ଆଭିମୁଖ୍ୟ ଦେଖି ବାଚସ୍ପତି ସମସ୍ତଙ୍କୁ ଶାନ୍ତି ବଜାୟ ରଖିବାକୁ ନିବେଦନ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ