Masthead

ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ପ୍ରଧାନମନ୍ତ୍ରୀଙ୍କ ସହ ଫୋନରେ କଥା ହେଲେ ମୁଖ୍ୟମନ୍ତ୍ରୀ । ବାହାନଗାରେ ହୋଇଥିବା ଦୁର୍ଘଟଣାର ବର୍ତ୍ତମାନ ସ୍ଥିତି ସମ୍ପର୍କରେ ମୋଦିଙ୍କୁ ଅବଗତ କରାଇଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ବିପଦ ସମୟରେ ଲୋକଙ୍କୁ ସହାୟତା କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶଂସା କରିଛନ୍ତି ମୋଦି । ଓଡ଼ିଶାର ବିଭିନ୍ନ ଡାକ୍ତରଖାନାରେ ଆହତ ଯାତ୍ରୀଙ୍କ ଜୀବନ ରକ୍ଷା ପାଇଁ ସମସ୍ତ ସମ୍ଭାବ୍ୟ ପଦକ୍ଷେପ ନିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଡାକ୍ତର, ଡାକ୍ତରୀଛାତ୍ରମାନେ ଜୀବନ ରକ୍ଷା କରିବାକୁ ଯଥାସମ୍ଭବ ଚେଷ୍ଟା କରୁଛନ୍ତି। ଡାକ୍ତର, ଛାତ୍ର ଏବଂ ସାଧାରଣ ଲୋକ ଆହତ ବ୍ୟକ୍ତିଙ୍କ ପାଇଁ ରକ୍ତ ଦାନ କରିବାକୁ ଆଗେଇ ଆସୁଛନ୍ତି।

ସେ କହିଛନ୍ତି ଯେ ଆମେ ଏକ ନୀତି ଅନୁସରଣ କରୁଛୁ ଯେଉଁଥିରେ ‘ପ୍ରତ୍ୟେକ ଜୀବନ ମୂଲ୍ୟବାନ ଅଟେ’ । ଉଦ୍ଧାର କାର୍ୟ୍ୟ ଠାରୁ ଆରମ୍ଭ କରି ଆହତମାନଙ୍କୁ ଡାକ୍ତରଖାନାକୁ ନେବା, ଚିକିତ୍ସା ପାଇଁ ବ୍ୟବସ୍ଥା କରିବା ପର୍ଯ୍ୟନ୍ତ ଆମେ ଜୀବନ ରକ୍ଷା କରିବା ପାଇଁ କୌଣସି ପଥ ଛାଡି ନାହୁଁ। ସାମ୍ପ୍ରତିକ ପରିସ୍ଥିତି ବିଷୟରେ ବିସ୍ତୃତ ଭାବରେ ସେ କହିଛନ୍ତି ଯେ ବିଭିନ୍ନ ଡାକ୍ତରଖାନାରେ ପ୍ରାୟ ୧୧୭୫ ରୋଗୀ ଭର୍ତ୍ତି ହୋଇଛନ୍ତି, ସେଥିମଧ୍ୟରୁ ୭୯୩ ଜଣ ଡିସଚାର୍ଜ ହୋଇଛନ୍ତି। ବର୍ତ୍ତମାନ ୩୮୨ ଜଣ ଯାତ୍ରୀ ବର୍ତ୍ତମାନ ବିଭିନ୍ନ ସରକାରୀ ଏବଂ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି ବୋଲି ସୂଚନା ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି