Masthead

୧୬ରେ ଭୁବନେଶ୍ୱରରେ ମେଗା ରୋଡ୍ ସୋ’ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନିର୍ବାଚନ ପାଇଁ ଏବେ ସାରା ଓଡ଼ିଶାରେ କମ୍ପନ ସୃଷ୍ଟି ହୋଇଛି । ରାଜନୈତିକ ଦଳ ବିଜୟ ପାଇଁ ଜାରି ରଖିଛନ୍ତି ମାରାଥନ୍ ପ୍ରଚାର । ବର୍ତ୍ତମାନ ଏହି ପ୍ରଚାର ମଇଦାନରେ ପାଦ ଦେବାକୁ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆସନ୍ତା ୧୬ ତାରିଖରେ ରାଜଧାନୀ ଭୁବନେଶ୍ୱରରେ ରୋଡ୍ ସୋ’ କରିବେ ମୁଖ୍ୟମନ୍ତ୍ରୀ । ରୋଡ ସୋ’ ପାଇଁ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିଛି ପୋଲିସ । ଏନେଇ ସୂଚନା ଦେଇଛନ୍ତି ଡିସିପି ପ୍ରତୀକ ସିଂ । ଗଙ୍ଗନଗର ଛକରୁ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀଙ୍କ ରୋଡ ସୋ’ ।

ଗୋପବନ୍ଧୁ ଛକ, ଡିଏଭି ଛକ, ଏଚଡିଏଫସି ବ୍ୟାଙ୍କ ଛକ, ନୂଆ ସାହି, ବେହେରା ସାହି, ନିକ୍କୋ ପାର୍କ ଛକ ଓ ବାୟାବାବା ମଠ ଦେଇ ରୂପାଲି ଛକ ପର୍ଯ୍ୟନ୍ତ ଚାଲିବ ମୁଖ୍ୟମନ୍ତ୍ରୀଙ୍କ ରୋଡ ସୋ’ । କଡ଼ା ସୁରକ୍ଷା ବଳୟ ଭିତରେ ଏହି ରୋଡ୍ ସୋ’ କରାଯିବ ବୋଲି ଡିସିପି କହିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ରୋଡ୍ ସୋ’ ସମୟରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିବା ନେଇ ପଦକ୍ଷେପ ନିଆଯାଉଛି । ସୁରକ୍ଷାରେ ବରିଷ୍ଠ ପୋଲିସ ଅଧିକାରୀ ନିୟୋଜିତ ରହିବେ ବୋଲି କୁହାଯାଇଛି । ରୋଡ୍ ସୋ’ ସମୟରେ ବ୍ୟାରିକେଡ ବ୍ୟବସ୍ଥା ହେବ ବୋଲି ସୂଚନା ଦେଇଛନ୍ତି ଭୁବନେଶ୍ୱର ଡିସିପି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ