Masthead

ଇନ୍ଦ୍ରାବତୀ ମେଗାଲିଫ୍ଟ ଜଳସେଚନ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ): ଜାନୁଆରୀ ୧୪ରେ କଳାହାଣ୍ଡି ଜିଲ୍ଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ । କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକ ମୁଖୀଗୁଡା ଇନ୍ଦ୍ରାବତୀ ମେଗାଲିଫ୍ ଜଳସେଚନର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ । ଏନେଇ ମଙ୍ଗଳପୁର ପମ୍ପ ହାଉସରେ ବ୍ୟାପକ ପ୍ରସ୍ତୁତି ଚାଲିଛି । ଶୁକ୍ରବାର କଳାହାଣ୍ଡି ଜିଲ୍ଲାପାଳ ଡଃ. ଗାଭାଳି ପରାଗ ହର୍ଷଦ ଓ ଏସପି ଡଃ. ଶ୍ରବଣା ବିବେକ ପ୍ରକଳ୍ପ ସ୍ଥଳରେ ପହଂଚି ପ୍ରାକ୍ ପ୍ରସ୍ତୁତି ସମ୍ପର୍କରେ ଆଲୋଚନା କରିବା ସହ ଅଞ୍ଚଳର ସ୍ଥିତି ଅନୁଧ୍ୟାନ କରିଛନ୍ତି ।

ଆଲୋଚନା ବେଳେ ମୁଖ୍ୟ ନିର୍ମାଣ ଯନ୍ତ୍ରୀ ପଦ୍ମନାଭ ପଣ୍ଡା, ବିଡିଓ ଐଶ୍ୱର୍ଯ୍ୟା ସାମନ୍ତରାୟ, ତହସିଲଦାର ସୁଭଦ୍ରା ମୁଣ୍ଡିକା, ଥାନାଅଧିକାରୀ ରଶ୍ମିତା ପ୍ରଧାନ, ନିର୍ବାହୀ ଯନ୍ତ୍ରୀ ରାଜକୁମାର ବେହେରା, ପୂର୍ବ ବିଭାଗର ନିର୍ବାହୀ ଯନ୍ତ୍ରୀ ଅଜିତ ବାବୁଙ୍କ ସମେତ ପଦାଧିକାରୀମାନେ ଉପସ୍ଥିତ ଥିଲେ । ତେବେ ଏହି ପ୍ରକଳ୍ପଟି ଏଲଆଣ୍ଡଟି ଦ୍ୱାରା ୭୫୬ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହୋଇଛି । ଏହି ପ୍ରକଳ୍ପ ଦ୍ୱାରା ୨୫ ହଜାର ୨୭୫ ହେକ୍ଟର ଜମିରେ ପାଣି ଚଢାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ