Masthead

ଭିଡିଓ କନଫରେନ୍ସିଂ ଜରିଆରେ ବାତ୍ୟାର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମାଡ଼ି ଆସୁଛି ଗୁଲାବ । ଏନେଇ ଦିନ ୧୧ଟା ୩୦ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ଜରିଆରେ ବାତ୍ୟାର ସମୀକ୍ଷା କରିବେ । ମୁଖ୍ୟ ଶାସନ ସଚିବ, ଏସଆରସି ଏବଂ ଜିଲ୍ଲାପାଳମାନେ ସମୀକ୍ଷା ବୈଠକରେ ଯୋଗ ଦେବେ ବୋଲି ସୂଚନା ମିଳିଛି । ଆଜି ମଧ୍ୟରାତ୍ରରେ ଓଡ଼ିଶା ନିକଟରେ ସ୍ଥଳଭାଗ ଛୁଇଁବ ଗୁଲାବ । ଗୋପାଳପୁର-କଳିଙ୍ଗପଟନମ ମଝିରେ ବାତ୍ୟା ସ୍ଥଳଭାଗ ଛୁଇଁପାରେ ବୋଲି ଅନୁମାନ କରାଯାଉଛି ।

ଗଞ୍ଜାମର ଗୋପାଳପୁର ଠାରୁ ୨୭୦ କିମି ଓ ଆନ୍ଧ୍ରର କଳିଙ୍ଗପଟନ ଠାରୁ ୩୩୦ କିମି ଦୂରରେ ବାତ୍ୟା ପହଞ୍ଚିଥିବାର ସୂଚନା ମିଳିଛି । ୬ଘଣ୍ଟା ଧରି ୧୦ କିମି ବେଗରେ ଗତି କରୁଛି ବାତ୍ୟା ଗୁଲାବ । ଅନ୍ୟପଟେ ସ୍ଥଳଭାଗ ଛୁଇଁବା ବେଳେ ପବନର ବେଗ ୭୫ରୁ ୯୫ କିମି ରହିବା ଆଶଙ୍କା କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ