Masthead

୩୦ରେ ନାମାଙ୍କନ ଦାଖଲ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ହେବ ନିର୍ବାଚନ । ପ୍ରଥମ ପର୍ଯ୍ୟାୟ ନିର୍ବାଚନ ମେ ୧୩ରେ ହେବ । ଏହା ପୂର୍ବରୁ ସମସ୍ତ ପ୍ରାର୍ଥୀ ନାମାଙ୍କନ ଭରୁଛନ୍ତି । ତେବେ ୩୦ ତାରିଖରେ ନାମାଙ୍କନ ପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ହିଞ୍ଜିଳି ବିଧାନସଭା ଆସନ ପାଇଁ ନବୀନ ଛତ୍ରୁପୁରରେ ପ୍ରାର୍ଥିପତ୍ର ଦାଖଲ କରିବାର କାର୍ଯ୍ୟକ୍ରମ ରହିଛି । ଏହା ପୂର୍ବରୁ ନବୀନ ତାରାତାରିଣୀ ମନ୍ଦିରରେ ପୂଜାର୍ଚ୍ଚନା କରିବେ ।

୧୧ଟା ୧୫ ମିନିଟରେ ମୁଖ୍ୟମନ୍ତ୍ରୀ ତାରା ତାରିଣୀ ମନ୍ଦିର ପହଂଚିବାର କାର୍ଯ୍ୟକ୍ରମ ରହିଛି । ସେହିପରି ୧୨ଟା ୩୫ ମିନିଟରେ ଛତ୍ରୁପୁରରେ ଥିବା ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନବୀନ ନାମାଙ୍କନ ପତ୍ର ଦାଖଲ କରିବେ । ଚଳିତ ଥର ମଧ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ବିଧାନସଭା ଆସନରୁ ପ୍ରାର୍ଥୀ ହୋଇଛନ୍ତି । ହିଞ୍ଜିଳି ସହିତ କଂଟାବାଞ୍ଝିରୁ ବିଧାୟକ ପ୍ରାର୍ଥୀ ହୋଇଛନ୍ତି ନବୀନ ପଟ୍ଟନାୟକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା