Masthead

୩୦ରେ ନାମାଙ୍କନ ଦାଖଲ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ହେବ ନିର୍ବାଚନ । ପ୍ରଥମ ପର୍ଯ୍ୟାୟ ନିର୍ବାଚନ ମେ ୧୩ରେ ହେବ । ଏହା ପୂର୍ବରୁ ସମସ୍ତ ପ୍ରାର୍ଥୀ ନାମାଙ୍କନ ଭରୁଛନ୍ତି । ତେବେ ୩୦ ତାରିଖରେ ନାମାଙ୍କନ ପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ହିଞ୍ଜିଳି ବିଧାନସଭା ଆସନ ପାଇଁ ନବୀନ ଛତ୍ରୁପୁରରେ ପ୍ରାର୍ଥିପତ୍ର ଦାଖଲ କରିବାର କାର୍ଯ୍ୟକ୍ରମ ରହିଛି । ଏହା ପୂର୍ବରୁ ନବୀନ ତାରାତାରିଣୀ ମନ୍ଦିରରେ ପୂଜାର୍ଚ୍ଚନା କରିବେ ।

୧୧ଟା ୧୫ ମିନିଟରେ ମୁଖ୍ୟମନ୍ତ୍ରୀ ତାରା ତାରିଣୀ ମନ୍ଦିର ପହଂଚିବାର କାର୍ଯ୍ୟକ୍ରମ ରହିଛି । ସେହିପରି ୧୨ଟା ୩୫ ମିନିଟରେ ଛତ୍ରୁପୁରରେ ଥିବା ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନବୀନ ନାମାଙ୍କନ ପତ୍ର ଦାଖଲ କରିବେ । ଚଳିତ ଥର ମଧ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ବିଧାନସଭା ଆସନରୁ ପ୍ରାର୍ଥୀ ହୋଇଛନ୍ତି । ହିଞ୍ଜିଳି ସହିତ କଂଟାବାଞ୍ଝିରୁ ବିଧାୟକ ପ୍ରାର୍ଥୀ ହୋଇଛନ୍ତି ନବୀନ ପଟ୍ଟନାୟକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ