ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କୁ ବୁଧବାର ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସରେ ଭର୍ତ୍ତି କରାଯାଇଥିଲା। ଟୁଡୁଙ୍କୁ କୋଭିଡ କାରଣରୁ ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିିଲା ।
କେନ୍ଦ୍ରମନ୍ତ୍ରୀ ଶ୍ରୀ ବିଶ୍ୱେଶ୍ୱର ଟୁଡୁ କୋଭିଡ ପରବର୍ତ୍ତୀ ଅସୁସ୍ଥତା କାରଣରୁ ଦିଲ୍ଲୀ ଏମ୍ସରେ ଚିକିତ୍ସିତ ହେଉଥିବା ବିଷୟରେ ଅବଗତ ହେଲି। ତାଙ୍କର ଆଶୁ ଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି।
— Naveen Patnaik (@Naveen_Odisha) July 22, 2021
ଆଖି ଏବଂ ଦାନ୍ତର ଅସ୍ଥିରେ ଯନ୍ତ୍ରଣା ହେଉଥିବା ସେ କହିଥିଲେ । ଏ ବିଷୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅବଗତ ହେଲାପରେ ନିଜ ଟ୍ୱିଟରରେ ତାଙ୍କର ଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରିଛନ୍ତି ।